ଆମେରିକା ଓ ଅଷ୍ଟ୍ରେଲିଆ ବଜାରରେ ବିକ୍ରି ହେବ ଓଡ଼ିଶା ଏସ୍‌ଏଚ୍‌ଜି ମା’ମାନଙ୍କ ହାତତିଆରି ସାମଗ୍ରୀ : ସୁଜାତା କାର୍ତ୍ତିକେୟନ

The Sakala Picture
Published On

ଭୁବନେଶ୍ବର : ମହିଳାମାନେ ଏବେ ଭିନ୍ନ ପରିଚୟରେ ପରିଚିତ ହେଉଛନ୍ତି । ପରିବାରକୁ ଗଢ଼ିବା ସହ ଏବେ ସମାଜକୁ ଗଢ଼ିବାର ଗୁରୁଦାୟିତ୍ବକୁ ନିଷ୍ଠାର ସହ ତୁଲାଉଛନ୍ତି । ମା ଭଉଣୀମାନଙ୍କୁ ଅଧିକ ସଶକ୍ତ କରିବାକୁ ଏଣିକି ବିନା ସୁଧରେ ୫ ଲକ୍ଷ ଯାଏ ଋଣ ଯୋଗାଇ ଦିଆଯିବ । ଏହା ମହିଳାମାନଙ୍କୁ ଅଧିକ ଆର୍ଥିକ ସ୍ବାଧୀନତା ଦେବ। ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ଅନୁଷ୍ଠିତ ମହିଳା ଉଦ୍ୟୋଗୀ ଅଧିବେଶରେ ଏହା କହିଛନ୍ତି ମିଶନ […]

ଭୁବନେଶ୍ବର : ମହିଳାମାନେ ଏବେ ଭିନ୍ନ ପରିଚୟରେ ପରିଚିତ ହେଉଛନ୍ତି । ପରିବାରକୁ ଗଢ଼ିବା ସହ ଏବେ ସମାଜକୁ ଗଢ଼ିବାର ଗୁରୁଦାୟିତ୍ବକୁ ନିଷ୍ଠାର ସହ ତୁଲାଉଛନ୍ତି । ମା ଭଉଣୀମାନଙ୍କୁ ଅଧିକ ସଶକ୍ତ କରିବାକୁ ଏଣିକି ବିନା ସୁଧରେ ୫ ଲକ୍ଷ ଯାଏ ଋଣ ଯୋଗାଇ ଦିଆଯିବ । ଏହା ମହିଳାମାନଙ୍କୁ ଅଧିକ ଆର୍ଥିକ ସ୍ବାଧୀନତା ଦେବ। ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ଅନୁଷ୍ଠିତ ମହିଳା ଉଦ୍ୟୋଗୀ ଅଧିବେଶରେ ଏହା କହିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ମେକ୍‌ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନରେ ଅନୁଷ୍ଠିତ ହୋଇଥିବା ମହିଳା ଉଦ୍ୟୋଗୀ ଅଧିବେଶନରେ ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି, ମହିଳା ଏସଏଚଜିଗୁଡ଼ିକ ରାଜ୍ୟରେ ଏବେ ସରକାର ଓ ସମାଜ ମଧ୍ୟରେ ସେତୁର କାମ କରୁଛନ୍ତି । ମହିଳାମାନଙ୍କୁ ଆହୁରି ଆଗକୁ ନେବାକୁ ମିଶନଶକ୍ତି ବିଭାଗ ସଂକଳ୍ପବଦ୍ଧ । ବିଭିନ୍ନ ସଂସ୍ଥା ସହ ବିଭାଗ ପକ୍ଷରୁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ମହିଳାମାନଙ୍କ ଉତ୍ପାଦିତ ସାମଗ୍ରୀର ବଜାର ମୂଲ୍ୟ ବଢ଼ିବ । ଫ୍ଲିପକାର୍ଟ ସହ ଆମର ଏମଓୟୁ ପରେ ଏଣିକି ଆମ ମହିଳାଙ୍କ ହାତ ତିଆରି ଜିନିଷ ଆମେରିକା ଓ ଅଷ୍ଟ୍ରେଲିଆ ବଜାରରେ ବିକ୍ରି ହେବ । ଆର୍ନ୍ତଜାତିକ ବଜାରରେ ପହଞ୍ଚିବ ଓଡ଼ିଶା ମହିଳାଙ୍କ ସାମଗ୍ରୀ । ମହିଳା ଏସଏଚଜିଗୁଡ଼ିକୁ ସରକାର ଅଧିକ ସହଯୋଗ ଓ ସହାୟତା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ମହିଳାଙ୍କ ବିକାଶର ଧାରା ସମଗ୍ର ଦେଶକୁ ରାସ୍ତା ଦେଖାଇବ ବୋଲି କହିଛନ୍ତି ମିଶନ ଶକ୍ତି ସଚିବ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଅନ୍ୟପଟେ ମେକ୍‌ ଇନ୍ ଓଡିଶା କନକ୍ଲେଭର ମହିଳା ଉଦ୍ୟୋଗୀ ଅଧିବେଶରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଥିଲେ ଯେ ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା’ମାନଙ୍କର ଏକ ମହାଶକ୍ତି ହୋଇଛି। ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ମୋର ଦୃଢ ବିଶ୍ବାସ, ମା’ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଏସଏଚଜିମାନଙ୍କୁ ଏସଏମଇରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ। ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକାର ପାଇବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା’ମାନଙ୍କୁ ଦେବା ପାଇଁ ଓଡ଼ିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ ଏସଏଚଜି ଲାଭ ପାଉଛନ୍ତି। ମିଶନ ଶକ୍ତି ଫେଡେରେସନମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନକୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶଟିଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ଓଡ଼ିଶାର ରୂପାନ୍ତରଣରେ ମା’ମାନଙ୍କର ବଡ଼ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା’ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, ମିଶନ ଶକ୍ତି-ସ୍କେଲିଂ ଅପ୍ ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରିଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡ଼ା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ।ସେହିପରି ଏସଏଚଜିମାନଙ୍କୁ ଋଣ ଦେବାରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ।

03 Dec 2022 By The Sakala

https://www.thesakala.in/latest-odisha-news/hand-made-prodoct-of-odisha-shg-mothers-to-be-sold-in-us-and-australian-markets-sujata-r-karthikeyan/article-17046
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର