ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

Madhusudan Das Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ରତ୍ନସିଂହାସନରେ ବଡ଼ଠାକୁର ବଳଭଦ୍ରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ଏହି ବେଶରେ ସଜ୍ଜିତ କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶ ଏବଂ ଶ୍ରୀବଳଭଦ୍ରଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ଭକ୍ତ । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି l

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ  ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ l ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର