ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

Madhusudan Das Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ରତ୍ନସିଂହାସନରେ ବଡ଼ଠାକୁର ବଳଭଦ୍ରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ଏହି ବେଶରେ ସଜ୍ଜିତ କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶ ଏବଂ ଶ୍ରୀବଳଭଦ୍ରଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ଭକ୍ତ । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି l

କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ  ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ l ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ