ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରେ ତମାଖୁ, ନିକୋଟିନ୍‌ଯୁକ୍ତ ସାମଗ୍ରୀ ଉପରେ ସ୍ୱାସ୍ଥ୍ୟ ବିଭାଗର ନିଷେଧାଦେଶ

Madhusudan Das Picture
Published On

ଭୁବନେଶ୍ୱର: ତମାଖୁ ଓ ନିକୋଟିନ୍‌ଯୁକ୍ତ ସମସ୍ତ ଉତ୍ପାଦ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଏହାର ଉତ୍ପାଦନ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ସଂରକ୍ଷଣ, ପରିବହନ, ବିତରଣ ଓ ବିକ୍ରିକୁ ରାଜ୍ୟରେ ନିଷିଦ୍ଧ ଘୋଷଣା କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍‌ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ୱା ନିକୋଟିନ୍‌ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ ଓ ପ୍ୟାକେଜିଂ ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି। ଏହାସହ ଏହାର ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ମଧ୍ୟ ପ୍ରତିବନ୍ଧକ ଲାଗୁ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବୁଧବାର ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। 

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସ୍ୱସ୍ଥ ଓ ତମାଖୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ୱାନ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତମାଖୁ ଓ ନିକୋଟିନ୍‌ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳା ଓ ଶରୀର ଆଭ୍ୟନ୍ତର ଅଙ୍ଗରେ କର୍କଟ ସହିତ ଗୁରୁତର ରୋଗ ସୃଷ୍ଟି କରୁଛି। ବିଶେଷକରି ଶିଶୁ ଓ ଯୁବପିଢ଼ିଙ୍କ ସ୍ୱାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ ହୋଇଥିବାରୁ ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ଏହି ନିଷେଧାଦେଶ ଲାଗୁ କରାଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

22 Jan 2026 By Madhusudan Das

ରାଜ୍ୟରେ ତମାଖୁ, ନିକୋଟିନ୍‌ଯୁକ୍ତ ସାମଗ୍ରୀ ଉପରେ ସ୍ୱାସ୍ଥ୍ୟ ବିଭାଗର ନିଷେଧାଦେଶ

ଭୁବନେଶ୍ୱର: ତମାଖୁ ଓ ନିକୋଟିନ୍‌ଯୁକ୍ତ ସମସ୍ତ ଉତ୍ପାଦ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଏହାର ଉତ୍ପାଦନ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ସଂରକ୍ଷଣ, ପରିବହନ, ବିତରଣ ଓ ବିକ୍ରିକୁ ରାଜ୍ୟରେ ନିଷିଦ୍ଧ ଘୋଷଣା କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍‌ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ୱା ନିକୋଟିନ୍‌ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ ଓ ପ୍ୟାକେଜିଂ ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି। ଏହାସହ ଏହାର ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ମଧ୍ୟ ପ୍ରତିବନ୍ଧକ ଲାଗୁ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବୁଧବାର ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। 

ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସ୍ୱସ୍ଥ ଓ ତମାଖୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ୱାନ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତମାଖୁ ଓ ନିକୋଟିନ୍‌ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳା ଓ ଶରୀର ଆଭ୍ୟନ୍ତର ଅଙ୍ଗରେ କର୍କଟ ସହିତ ଗୁରୁତର ରୋଗ ସୃଷ୍ଟି କରୁଛି। ବିଶେଷକରି ଶିଶୁ ଓ ଯୁବପିଢ଼ିଙ୍କ ସ୍ୱାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ ହୋଇଥିବାରୁ ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ଏହି ନିଷେଧାଦେଶ ଲାଗୁ କରାଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର