ରାଜ୍ୟରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ, ୩ ଲେୟାର କିମ୍ବା ଏନ୍-୯୫ ମାସ୍କ ପିନ୍ଧିବା ପାଇଁ ଡିଏମ୍‌ଇଟିଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାକ୍ସ ନ ପିନ୍ଧି ତିନି ଲେୟାର ମାକ୍ସ କିମ୍ବା ଏନ 95 ମାକ୍ସ ପିନ୍ଧିବା ପାଇଁ ପାଇଁ ପରାମର୍ଶ ଦେଲେ ଡ଼ିଏମଇଟି । ଓମିକ୍ରନ ୫ ଗୁଣ ଅଧିକ ଜୋରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ଲାଗିଛି ରୋକ । ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଗହଳି ଓ ବଣଭୋଜି ଉପରେ ଆକ୍ସନ ନେବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ […]

ଭୁବନେଶ୍ବର : ଓଡ଼ିଶାରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାକ୍ସ ନ ପିନ୍ଧି ତିନି ଲେୟାର ମାକ୍ସ କିମ୍ବା ଏନ 95 ମାକ୍ସ ପିନ୍ଧିବା ପାଇଁ ପାଇଁ ପରାମର୍ଶ ଦେଲେ ଡ଼ିଏମଇଟି । ଓମିକ୍ରନ ୫ ଗୁଣ ଅଧିକ ଜୋରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ଲାଗିଛି ରୋକ । ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଗହଳି ଓ ବଣଭୋଜି ଉପରେ ଆକ୍ସନ ନେବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ବାହାଘର ଓ ଶେଷକୃତ୍ୟ ସମୟରେ ରିଲାକ୍ସ ଦିଆଯିବ । ବାକି ସବୁଠି କଟକଣା ଲାଗିବ । ଆଉ ୪ ଟି ସାମ୍ପୁଲ ଜିନମ ସିକ୍ୟୁଏନିସଂ ପାଇଁ ଯାଇଛି । ଆଇସିୟୁ ଓ ବେଡ଼,ଭେଣ୍ଟିଲେଟର ସବୁ କୁ କାର୍ଯ୍ୟକ୍ଷମ ମୋଡ଼ରେ ରଖାଯାଇଛି ବୋଲି ଡିଏମଇଟି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ଓମିକ୍ରନକୁ ନେଇ ଏବେ ଚିନ୍ତା ବଢୁଥିବା ବେଳେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଦୁଇଟି ଅଧ୍ୟୟନ କହୁଛି ଓମିକ୍ରନର ବିଶେଷ ପ୍ରଭାବ ପଡିନପାରେ । କିନ୍ତୁ ପୂର୍ବପରି ଆମକୁ ସଜାଗ ରହିବାକୁ ପଡିବ । ଭିଡ ନିୟନ୍ତ୍ରଣ ହେଉଛି ସୁବୁଠୁ ଗୁରୁତ୍ୱପୂର୍ଣ୍ଣ । ପ୍ରଧାନମନ୍ତ୍ରୀଙ୍କ ବୈଠକରେ ସର୍ଭିଲାନ୍ସ, ଟିକାକରଣ, କୋଭିଡ ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ଯେତେ ପଜିଟିଭ୍ ଚିହ୍ନଟ ହେବେ ସେମାନଙ୍କର ଜିନମ ସିକ୍ୟୁଏନ୍ସିଂ ପାଇଁ ପଠାଯିବ ବୋଲି ସେ କହିଛନ୍ତିି । ଏପଟେ ସଂକ୍ରମଣ ରୋକିବା ପାଇଁ ଟିକାକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ଅନ୍ୟପଟେ ରାଜ୍ୟରେ ଆଜି ପର୍ଯ୍ୟନ୍ତ  ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି ଯାହା ୮୯ ପ୍ରତିଶତ । ସେହିପରି ୩୭ ଲକ୍ଷ ଲୋକ ପ୍ରଥମ ଡୋଜ ଟିକା ଏବେ ବି ନେଇ ନଥିବାବେଳେ ୩୧ ଲକ୍ଷ ଦ୍ଵିତୀୟ ଡୋଜ ମଧ୍ୟ ନେଇନାହାନ୍ତି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ।

ଆହୁରି ପଢ଼ନ୍ତୁ: ଚାକିରି ଲୋଭ ଦେଖାଇ ଆଦିବାସୀ ଯୁବତୀଙ୍କୁ ଦିଲ୍ଲୀରେ ବିକ୍ରି; ୫ ବର୍ଷ ପରେ ଘରକୁ ଯୋଗାଯୋଗ କଲେ

ରାଜ୍ୟରେ ପ୍ରଥମ ଡୋଜ କୋରୋନା ଟିକା ନେଇନାହାନ୍ତି ୩୭ ଲକ୍ଷତେବେ ଜାନୁଆରୀ ୧୫ ସୁଦ୍ଧା ପ୍ରଥମ ଡୋଜ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏବେ ରାଜ୍ୟରେ ଟିକା ମହଜୁଦ ହୋଇ ରହିଛି। ଗାଁ ଗାଁରେ ମୋବାଇଲ ଭ୍ୟାନ ବୁଲିବା ସହ ଟୀକାକରଣ କରାଯାଉଛି । ଯେଉଁମାନେ ଟିକା ନେଇନାହାନ୍ତି ସେମାନଙ୍କୁ ଚିହ୍ନଟ କରାଯାଇ ଟିକା ନେବା ପାଇଁ ସ୍ବାସ୍ଥ୍ୟକର୍ମୀ ଓ ଆଶା କର୍ମୀମାନେ ସେମାନଙ୍କୁ ଅନୁରୋଧ କରିଛନ୍ତି। ଓମିକ୍ରନକୁ ଦୃଷ୍ଟିରେ ରଖି ସର୍ଭିଲାନସ ଜୋରଦାର କରାଯାଉଛି। ପଜିଟିଭ ଆସିଲେ ସାମ୍ପୁଲ ଜିନମ ସିକ୍ୟୁଏନିସଂ ପାଇଁ ପଠାଯାଉଛି ବୋଲି କହିଛନ୍ତି ବିଜୟ ପାଣୀଗ୍ରାହୀ ।

24 Dec 2021 By The Sakala

ରାଜ୍ୟରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ, ୩ ଲେୟାର କିମ୍ବା ଏନ୍-୯୫ ମାସ୍କ ପିନ୍ଧିବା ପାଇଁ ଡିଏମ୍‌ଇଟିଙ୍କ ପରାମର୍ଶ

ଭୁବନେଶ୍ବର : ଓଡ଼ିଶାରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାକ୍ସ ନ ପିନ୍ଧି ତିନି ଲେୟାର ମାକ୍ସ କିମ୍ବା ଏନ 95 ମାକ୍ସ ପିନ୍ଧିବା ପାଇଁ ପାଇଁ ପରାମର୍ଶ ଦେଲେ ଡ଼ିଏମଇଟି । ଓମିକ୍ରନ ୫ ଗୁଣ ଅଧିକ ଜୋରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ଲାଗିଛି ରୋକ । ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଗହଳି ଓ ବଣଭୋଜି ଉପରେ ଆକ୍ସନ ନେବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ବାହାଘର ଓ ଶେଷକୃତ୍ୟ ସମୟରେ ରିଲାକ୍ସ ଦିଆଯିବ । ବାକି ସବୁଠି କଟକଣା ଲାଗିବ । ଆଉ ୪ ଟି ସାମ୍ପୁଲ ଜିନମ ସିକ୍ୟୁଏନିସଂ ପାଇଁ ଯାଇଛି । ଆଇସିୟୁ ଓ ବେଡ଼,ଭେଣ୍ଟିଲେଟର ସବୁ କୁ କାର୍ଯ୍ୟକ୍ଷମ ମୋଡ଼ରେ ରଖାଯାଇଛି ବୋଲି ଡିଏମଇଟି ସୂଚନା ଦେଇଛନ୍ତି।

ଓମିକ୍ରନକୁ ନେଇ ଏବେ ଚିନ୍ତା ବଢୁଥିବା ବେଳେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଦୁଇଟି ଅଧ୍ୟୟନ କହୁଛି ଓମିକ୍ରନର ବିଶେଷ ପ୍ରଭାବ ପଡିନପାରେ । କିନ୍ତୁ ପୂର୍ବପରି ଆମକୁ ସଜାଗ ରହିବାକୁ ପଡିବ । ଭିଡ ନିୟନ୍ତ୍ରଣ ହେଉଛି ସୁବୁଠୁ ଗୁରୁତ୍ୱପୂର୍ଣ୍ଣ । ପ୍ରଧାନମନ୍ତ୍ରୀଙ୍କ ବୈଠକରେ ସର୍ଭିଲାନ୍ସ, ଟିକାକରଣ, କୋଭିଡ ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ଯେତେ ପଜିଟିଭ୍ ଚିହ୍ନଟ ହେବେ ସେମାନଙ୍କର ଜିନମ ସିକ୍ୟୁଏନ୍ସିଂ ପାଇଁ ପଠାଯିବ ବୋଲି ସେ କହିଛନ୍ତିି । ଏପଟେ ସଂକ୍ରମଣ ରୋକିବା ପାଇଁ ଟିକାକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ।

ଅନ୍ୟପଟେ ରାଜ୍ୟରେ ଆଜି ପର୍ଯ୍ୟନ୍ତ  ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି ଯାହା ୮୯ ପ୍ରତିଶତ । ସେହିପରି ୩୭ ଲକ୍ଷ ଲୋକ ପ୍ରଥମ ଡୋଜ ଟିକା ଏବେ ବି ନେଇ ନଥିବାବେଳେ ୩୧ ଲକ୍ଷ ଦ୍ଵିତୀୟ ଡୋଜ ମଧ୍ୟ ନେଇନାହାନ୍ତି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ।

ରାଜ୍ୟରେ ପ୍ରଥମ ଡୋଜ କୋରୋନା ଟିକା ନେଇନାହାନ୍ତି ୩୭ ଲକ୍ଷତେବେ ଜାନୁଆରୀ ୧୫ ସୁଦ୍ଧା ପ୍ରଥମ ଡୋଜ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏବେ ରାଜ୍ୟରେ ଟିକା ମହଜୁଦ ହୋଇ ରହିଛି। ଗାଁ ଗାଁରେ ମୋବାଇଲ ଭ୍ୟାନ ବୁଲିବା ସହ ଟୀକାକରଣ କରାଯାଉଛି । ଯେଉଁମାନେ ଟିକା ନେଇନାହାନ୍ତି ସେମାନଙ୍କୁ ଚିହ୍ନଟ କରାଯାଇ ଟିକା ନେବା ପାଇଁ ସ୍ବାସ୍ଥ୍ୟକର୍ମୀ ଓ ଆଶା କର୍ମୀମାନେ ସେମାନଙ୍କୁ ଅନୁରୋଧ କରିଛନ୍ତି। ଓମିକ୍ରନକୁ ଦୃଷ୍ଟିରେ ରଖି ସର୍ଭିଲାନସ ଜୋରଦାର କରାଯାଉଛି। ପଜିଟିଭ ଆସିଲେ ସାମ୍ପୁଲ ଜିନମ ସିକ୍ୟୁଏନିସଂ ପାଇଁ ପଠାଯାଉଛି ବୋଲି କହିଛନ୍ତି ବିଜୟ ପାଣୀଗ୍ରାହୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର