ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ, ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ହୋଇଛି ଦେହାନ୍ତ

The Sakala Picture
Published On

ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଯାଇଛି। ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଘଣ୍ଟାର ସଂଘର୍ଷ ପରେ ହାରିଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଆପୋଲୋ ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀଦଳ ଚିକିତ୍ସା କରୁଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ନବ କିଶୋର ଦାସ। ଆଜି ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଯାଉଥିବା ବେଳେ ବାଟରେ କର୍ମୀମାନ ତାଙ୍କୁ ସ୍ୱାଗତ କରିଥିଲେ । ଆଉ ଭିଡର […]

ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଯାଇଛି। ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଘଣ୍ଟାର ସଂଘର୍ଷ ପରେ ହାରିଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଆପୋଲୋ ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀଦଳ ଚିକିତ୍ସା କରୁଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ନବ କିଶୋର ଦାସ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଆଜି ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଯାଉଥିବା ବେଳେ ବାଟରେ କର୍ମୀମାନ ତାଙ୍କୁ ସ୍ୱାଗତ କରିଥିଲେ । ଆଉ ଭିଡର ସୁଯୋଗ ନେଇ ପୁଲିସ ଏଏସଆଇ ଗୋପାଳ ମନ୍ତ୍ରୀଙ୍କୁ ଗୁଳିମାଡ କରିଥିଲା। ଗୁଳିମାଡ କରି ଫେରାର ହୋଇଯାଇଥିଲା ବେଳେ ପୁଲିସ ତାକୁ କାବୁ କରିନେଇଥିଲା। ପରେ ଗୁରୁତର ଆହତ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗ ହସପିଟାଲକୁ ନିଆଯାଇଥିଲା । କିନ୍ତୁ ଅବସ୍ଥା ଏତେ ସଂକଟାପନ୍ନ ଥିଲା ଯେ ତାଙ୍କୁ ତୁରନ୍ତ ଏୟାର ଲିପ୍ଟ କରାଯାଇ ଭୁବନେଶ୍ୱର ଆପୋଲୋ ହସପିଟାଲକୁ ଅଣାଯାଇଥିଲା । ଭୁବନେଶ୍ୱର ବିମାନବନ୍ଦରରୁ ଆପୋଲୋ ପର୍ୟ୍ୟନ୍ତ ଗ୍ରୀନ କରିଡର କରାଯାଇଥିଲା । ଖୁବ କମ ସମୟ ଭିତରେ ଅପୋଲୋ ପହଁଚାଯାଇଥିଲା ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଆପୋଲୋର ବିଶେଷଜ୍ଞ ଡାକ୍ତରୀ ଟିମ୍ ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ । କଟକ ଏସସିବି ମେଡିକାଲ ଓ କ୍ୟାପିଟାଲ୍ ହସପିଟାଲର ଡାକ୍ତରୀ ଟିମ୍ ଆପୋଲୋରେ ପହଁଚିଥିଲେ । ହେଲେ ଦୀର୍ଘ ଘଣ୍ଟାର ଚିକିତ୍ସା ପରେ ଶେଷରେ ବିଫଳ ହୋଇଥିଲେ ଡାକ୍ତରୀ ଟିମ ଆଉ ଆଖି ବୁଜିଥିଲେ ମନ୍ତ୍ରୀ ନବ ଦାସ ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର