ରାଜ୍ୟରେ ଆଜିଠୁ ଭୀଷଣ ତାତି ଓ ଗୁଳୁଗୁଳି, ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ଆରମ୍ଭ ହେବ ତାତି ଓ ଗୁଳୁଗୁଳି। ବୁଧବାରଠାରୁ ଯଦିଓ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ହୋଇଛି, ତେବେ ଗୁରୁବାରଠାରୁ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ଆଶଙ୍କା ସୃଷ୍ଟି ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ୧୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି। ଫଳରେ ତାତି ବଢ଼ିବା ସହ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ଆରମ୍ଭ ହେବ ତାତି ଓ ଗୁଳୁଗୁଳି। ବୁଧବାରଠାରୁ ଯଦିଓ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ହୋଇଛି, ତେବେ ଗୁରୁବାରଠାରୁ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ଆଶଙ୍କା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ୧୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି। ଫଳରେ ତାତି ବଢ଼ିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି କେନ୍ଦ୍ର କହିଛି। ଏହା ସହ ଝାଞ୍ଜି ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏହାକୁ ନେଇ କେତେକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୧୩ ତାରିଖ ଯାଏଁ ବର୍ଷା ପାଇଁ କୌଣସି ସତର୍କତା ଜାରି ହୋଇ ନ ଥିବା ବେଳେ ଏହି ସମୟରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ହେବାର ସମ୍ଭାବନା ରହିଛି। ଏହା ସହ ଏସବୁ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆକଳନ କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବାର ଆକଳନ କରାଯାଇଥିବାରୁ ଏହି ୨ ଦିନ ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ, ବରଗଡ଼, ସୋନପୁର, ସମ୍ୱଲପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲା ରହିଛି। ସେହିପରି ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିଥିବା ବେଳେ ପୁଣି ଥରେ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୧ ଡିଗ୍ରୀ ସହ ସମ୍ବଲପୁର ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ବଲାଙ୍ଗିର ୪୦.୮, ଝାରସୁଗୁଡ଼ା ୪୦.୪ ଓ ଟିଟଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର