ରାଜ୍ୟରେ ଉପରମୁହାଁ ପାରଦ, ଆସନ୍ତା ୨୮ରୁ ଆହୁରି ବଢିବ ତାତି

The Sakala Picture
Published On

ଭୁବନେଶ୍ବର: ସାରା ରାଜ୍ୟରେ ଉପରମୁହାଁ ହୋଇଛି ପାରଦ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଛି ତାତି। ଆସନ୍ତା ୨୮ ତାରିଖରୁ ଆହୁରି ଜଳିବ ଓଡ଼ିଶା। ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, ଗଜପତି, ମାଲକାନଗିରି ଜିଲ୍ଲା ସମେତ ଟୁଇନ୍ସିଟି କଟକ ଏବଂ ଭୁବନେଶ୍ବରରେ ହଟ୍ ଓ୍ବେଦର କଣ୍ଡିସନ ଦେଖାଦେବ। ଏବେ […]

ଭୁବନେଶ୍ବର: ସାରା ରାଜ୍ୟରେ ଉପରମୁହାଁ ହୋଇଛି ପାରଦ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଛି ତାତି। ଆସନ୍ତା ୨୮ ତାରିଖରୁ ଆହୁରି ଜଳିବ ଓଡ଼ିଶା। ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, ଗଜପତି, ମାଲକାନଗିରି ଜିଲ୍ଲା ସମେତ ଟୁଇନ୍ସିଟି କଟକ ଏବଂ ଭୁବନେଶ୍ବରରେ ହଟ୍ ଓ୍ବେଦର କଣ୍ଡିସନ ଦେଖାଦେବ।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ଏବେ ରାଜ୍ୟରେ ମେଘ ମୁକ୍ତ ଆକାଶ ସହ ଶୁଖିଲା ପାଗ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଛି। ପ୍ରଭାବରେ ତାତି ବଢିଛି । ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀରେ ପହଞ୍ଚିଛି। ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟରେ ତାତି ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶା ବା ପଶ୍ଚିମ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ଆଜି ରାଜ୍ୟରେ ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜି ଓ କାଲି ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ବାକି ଓଡିଶାର ଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବା ସହ ତାତି ଅନୁଭୁତ ହେବ । ୨୭, ୨୮, ୨୯ ଏବଂ ୩୦ ତାରିଖରେ ସାରା ରାଜ୍ୟରେ ଅସମ୍ଭାଳ ତାତି ନେଇ ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିଥିଲେ ମଧ୍ୟ ରାଜ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ସାମୁଦ୍ରିକ ପବନ ପ୍ରଭାବରେ ତାତି ଯେତିକି ବୃଦ୍ଧି ହେବା କଥା ତାହା ହେଉନାହିଁ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର