ଆସନ୍ତା ୬ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର, ବିଭିନ୍ନ ଜିଲ୍ଲାକୁ ହିଟୱେଭ୍ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ଖରାରେ ସିଝୁଛି ସାରା ଓଡ଼ିଶା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର। ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି […]

ଭୁବନେଶ୍ବର: ଖରାରେ ସିଝୁଛି ସାରା ଓଡ଼ିଶା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର। ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ୍, କଂଧମାଳ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଛୋଟପିଲା, ବୟସ୍କ, ରୋଗାକ୍ରାନ୍ତ ଓ ଗର୍ଭବତୀ ମହିଳାଙ୍କୁ ଖରାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଅନ୍ୟପଟେ, ଏପ୍ରିଲ ୬ ତାରିଖରୁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ସୃଷ୍ଟି ହେଉଥିବା ନିମ୍ନ ଚାପରେଖା ପ୍ରଭାବରେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ମନୋରମା ମହାନ୍ତି କହିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

04 Apr 2024 By The Sakala

ଆସନ୍ତା ୬ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର, ବିଭିନ୍ନ ଜିଲ୍ଲାକୁ ହିଟୱେଭ୍ ଆଲର୍ଟ ଜାରି

ଭୁବନେଶ୍ବର: ଖରାରେ ସିଝୁଛି ସାରା ଓଡ଼ିଶା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର। ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ୍, କଂଧମାଳ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଛୋଟପିଲା, ବୟସ୍କ, ରୋଗାକ୍ରାନ୍ତ ଓ ଗର୍ଭବତୀ ମହିଳାଙ୍କୁ ଖରାକୁ ବାରଣ କରାଯାଇଛି।

ଅନ୍ୟପଟେ, ଏପ୍ରିଲ ୬ ତାରିଖରୁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ସୃଷ୍ଟି ହେଉଥିବା ନିମ୍ନ ଚାପରେଖା ପ୍ରଭାବରେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ମନୋରମା ମହାନ୍ତି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର