ଆଜି ୯ ଜିଲ୍ଲାକୁ ଗ୍ରୀଷ୍ମ ସତର୍କତା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୦ ଡିଗ୍ରୀ ଉପରକୁ ଯାଇଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର ଅନେକ ସ୍ଥାନରେ ହିଟ୍‍ୱେଭ୍‍ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରବେଶ କରୁଥିବା ଯୋଗୁଁ ତାପାମାତ୍ରାରେ ଏହି ବୃଦ୍ଧି ଘଟିଛି। ଏହି ସ୍ଥିତି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୦ ଡିଗ୍ରୀ ଉପରକୁ ଯାଇଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର ଅନେକ ସ୍ଥାନରେ ହିଟ୍‍ୱେଭ୍‍ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରବେଶ କରୁଥିବା ଯୋଗୁଁ ତାପାମାତ୍ରାରେ ଏହି ବୃଦ୍ଧି ଘଟିଛି। ଏହି ସ୍ଥିତି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବୁଧବାର ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଉପରେ ରହିଥିବା ବେଳେ ୪୦.୫ ଡିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ସବୁଠୁ ତତଲା ସହରରେ ପରିଣତ ହୋଇଛି। ସେହିପରି ଟିଟିଲାଗଡ଼଼ରେ ୪୦.୨ ଡିଗ୍ରୀ ଓ ଅନୁଗୁଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଏହି ସ୍ଥିତି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଗୁରୁବାର ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୟାଗଡ଼଼, ମୟୂରଭଞ୍ଜ ଓ ବାଲେଶ୍ୱର ଆଦିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ପ୍ରବଳ ଖରା ଯୋଗୁଁ ଏହି ୯ ଜିଲ୍ଲାରେ ବରିଷ୍ଠ ନାଗରିକ ଓ ଅସୁସ୍ଥମାନଙ୍କ ପାଇଁ ଅସହ୍ୟ ହେବାର ଆଶଙ୍କା ରହିଛି। ଏହା ସହିତ ଖରାର ସର୍ବାଧିକ ପ୍ରକୋପ ଦିନ ୧୧ ଟାରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାକୁ ଥିବା ବେଳେ ପରବର୍ତ୍ତୀ ୨ ଦିନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ଖରା ହେବା ନେଇ ଲୋକମାନଙ୍କୁ ଅବଗତ କରାଇବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଶିଶୁ, ବୟସ୍କ ଓ ଅସୁସ୍ଥ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଦିନ ୧୧ ଟାରୁ ୩ ଟା ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: Chameli Ojha Arrested: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା

17 Mar 2022 By The Sakala

ଆଜି ୯ ଜିଲ୍ଲାକୁ ଗ୍ରୀଷ୍ମ ସତର୍କତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୦ ଡିଗ୍ରୀ ଉପରକୁ ଯାଇଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର ଅନେକ ସ୍ଥାନରେ ହିଟ୍‍ୱେଭ୍‍ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରବେଶ କରୁଥିବା ଯୋଗୁଁ ତାପାମାତ୍ରାରେ ଏହି ବୃଦ୍ଧି ଘଟିଛି। ଏହି ସ୍ଥିତି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବୁଧବାର ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଉପରେ ରହିଥିବା ବେଳେ ୪୦.୫ ଡିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ସବୁଠୁ ତତଲା ସହରରେ ପରିଣତ ହୋଇଛି। ସେହିପରି ଟିଟିଲାଗଡ଼଼ରେ ୪୦.୨ ଡିଗ୍ରୀ ଓ ଅନୁଗୁଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସ୍ଥିତି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଗୁରୁବାର ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୟାଗଡ଼଼, ମୟୂରଭଞ୍ଜ ଓ ବାଲେଶ୍ୱର ଆଦିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ପ୍ରବଳ ଖରା ଯୋଗୁଁ ଏହି ୯ ଜିଲ୍ଲାରେ ବରିଷ୍ଠ ନାଗରିକ ଓ ଅସୁସ୍ଥମାନଙ୍କ ପାଇଁ ଅସହ୍ୟ ହେବାର ଆଶଙ୍କା ରହିଛି। ଏହା ସହିତ ଖରାର ସର୍ବାଧିକ ପ୍ରକୋପ ଦିନ ୧୧ ଟାରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାକୁ ଥିବା ବେଳେ ପରବର୍ତ୍ତୀ ୨ ଦିନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ।

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ଖରା ହେବା ନେଇ ଲୋକମାନଙ୍କୁ ଅବଗତ କରାଇବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଶିଶୁ, ବୟସ୍କ ଓ ଅସୁସ୍ଥ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଦିନ ୧୧ ଟାରୁ ୩ ଟା ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର