ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି, ୪୪.୬ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ୱର: ପ୍ରତିଦିନ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ […]

ଭୁବନେଶ୍ୱର: ପ୍ରତିଦିନ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ସ୍ଥିତି ସବୁଠୁ ସମ୍ବେଦନଶୀଳ ରହିବ। ଆଗାମୀ ୫ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲା ଓ ୧୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆହୁରି ବଢିବ ତାପମାତ୍ରା। ଫଳରେ ଆସନ୍ତାକାଲି ୧୩ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ଦୁଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତିନିଦିନ ପରେ ଓଡ଼ିଶାରେ ହିଟୱେଭର ସ୍ଥିତିରେ ପରିବର୍ତ୍ତନ ସମ୍ଭାବନା ରହିଛି। ଆଜି ଦିନ ୨ ଟା ୩୦ ସୁଦ୍ଧା ୪୪.୬ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡ଼ାର ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାିଇ। ଭୀଷଣଗ୍ରୀଷ୍ମ ପ୍ରବାହ ପାଇଁ ମଧ୍ୟ ଟ୍ବିନସିଟିକୁ ଆଜି ପାଇଁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା
ଭୁବନେଶ୍ୱର: ୪୪.୬°C
ଝାରସୁଗୁଡା: ୪୩.୬°C
ରାଉରକେଲା: ୪୨.୫°C
ଚାନ୍ଦବାଲି: ୪୨.୪°C
ସମ୍ବଲପୁର: ୪୨.୧°C
ହୀରାକୁଦ: ୪୧.୮°C
ବାଲେଶ୍ୱର: ୪୧.୭°C
କେନ୍ଦୁଝର: ୪୧.୫°C
ଗୋପାଳପୁର: ୩୫.୪°C
ପୁରୀ: ୩୪.୭°C
ପାରାଦୀପ: ୩୩.୬°C

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର