ଆଜି ୪୧.୪ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ; ଆଗାମୀ ୩ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା । ପ୍ରବଳ ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ । ଆଜି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ପାଲଟିଛି । ଝାରସୁଗୁଡ଼ାରେ ତାପମାତ୍ରା ୪୧.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିଭଳି ହୀରାକୁଦରେ ତାପମାତ୍ରା ୪୦.୧ ଡିଗ୍ରୀ, ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ, ରାଉରକେଲାରେ ତାପମାତ୍ରା ୩୯.୪ ଡିଗ୍ରୀ, ଚାନ୍ଦବାଲିରେ ତାପମାତ୍ରା ୩୮.୮ ଡିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । […]

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା । ପ୍ରବଳ ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ । ଆଜି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ପାଲଟିଛି । ଝାରସୁଗୁଡ଼ାରେ ତାପମାତ୍ରା ୪୧.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିଭଳି ହୀରାକୁଦରେ ତାପମାତ୍ରା ୪୦.୧ ଡିଗ୍ରୀ, ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ, ରାଉରକେଲାରେ ତାପମାତ୍ରା ୩୯.୪ ଡିଗ୍ରୀ, ଚାନ୍ଦବାଲିରେ ତାପମାତ୍ରା ୩୮.୮ ଡିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଅନ୍ୟପଟେ ଆସନ୍ତା ୩ ଦିନ ପାଇଁ ପାଣିପାଗ ବିଭାଗର ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି । ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ରହିଛି । କାଲି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିପାରେ । ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୯ ତାରିଖରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିପାରେ । ଖାସ୍‌ କରି ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାରେ ରହିବ ବୋଲି ବିଭାଗ କହିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

27 Mar 2025 By The Sakala

ଆଜି ୪୧.୪ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ; ଆଗାମୀ ୩ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା । ପ୍ରବଳ ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ । ଆଜି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ପାଲଟିଛି । ଝାରସୁଗୁଡ଼ାରେ ତାପମାତ୍ରା ୪୧.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିଭଳି ହୀରାକୁଦରେ ତାପମାତ୍ରା ୪୦.୧ ଡିଗ୍ରୀ, ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ, ରାଉରକେଲାରେ ତାପମାତ୍ରା ୩୯.୪ ଡିଗ୍ରୀ, ଚାନ୍ଦବାଲିରେ ତାପମାତ୍ରା ୩୮.୮ ଡିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଅନ୍ୟପଟେ ଆସନ୍ତା ୩ ଦିନ ପାଇଁ ପାଣିପାଗ ବିଭାଗର ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି । ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ରହିଛି । କାଲି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିପାରେ । ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୯ ତାରିଖରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିପାରେ । ଖାସ୍‌ କରି ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାରେ ରହିବ ବୋଲି ବିଭାଗ କହିଛି ।

https://www.thesakala.in/latest-odisha-news/heat-wave-warnning-for-next-3days-to-odisha/article-39622
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର