୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟୱେଭ୍‌ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଝାଞ୍ଜିରେ ଜଳି ଯାଉଛି ଦେହ । ବାହାରୁ ଘର ପର୍ଯ୍ୟନ୍ତ ସବୁଠୁ ପ୍ରଚଣ୍ଡ ତାତି।  ନିଆଁ ବର୍ଷା ଖରା ସାଙ୍ଗକୁ ପ୍ରଚଣ୍ଡ ତାତିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ମଧ୍ୟ ସାରା ରାଜ୍ୟରେ ଏଭଳି ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକୁ ହିଟ ୱେଭ୍‌ ଆଲର୍ଟ ଜାରି କରାଯାଇଛି। କଟକ, ଭଦ୍ରକ, ନୟାଗଡ଼, ମୟୁରଭଞ୍ଜ, […]

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଝାଞ୍ଜିରେ ଜଳି ଯାଉଛି ଦେହ । ବାହାରୁ ଘର ପର୍ଯ୍ୟନ୍ତ ସବୁଠୁ ପ୍ରଚଣ୍ଡ ତାତି।  ନିଆଁ ବର୍ଷା ଖରା ସାଙ୍ଗକୁ ପ୍ରଚଣ୍ଡ ତାତିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ମଧ୍ୟ ସାରା ରାଜ୍ୟରେ ଏଭଳି ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକୁ ହିଟ ୱେଭ୍‌ ଆଲର୍ଟ ଜାରି କରାଯାଇଛି। କଟକ, ଭଦ୍ରକ, ନୟାଗଡ଼, ମୟୁରଭଞ୍ଜ, କଳାହାଣ୍ଡି, ମାଲକାନାଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାକୁ ଖରା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, କନ୍ଧମାଳ , ବୌଦ୍ଧ ଓ ନୟାଗଡ଼ ଜିଲ୍ଲାରେ ମଧ୍ୟ ରାତିରେ ଗରମ ଅନୁଭୂତ ( ୱାର୍ମ ନାଇଟ କଣ୍ଡିସନ) ହେବ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଅନ୍ୟପଟେ-  ଗଜପତି, ବାଲେଶ୍ବର, ଖୋର୍ଦ୍ଧା ଏବଂ ପୁରୀ ଆଦି ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ସମ୍ଭାବନା ଅଧିକ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର