ଶୀତରେ ଥରୁଛି ସାରା ଓଡିଶା, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

Madhusudan Das Picture
Published On

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ସାରା ଓଡିଶା। ପ୍ରବଳ ଥଣ୍ଡା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । କଲବଲ କରୁଛି ଘନ କୁହୁଡ଼ି । ୧୦ ଡିଗ୍ରୀ ତଳେ ରାଜ୍ୟର ୧୩ ସହରର ପାରଦ । ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ପାଲଟିଛି। ଗତକାଲି ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିଲା। ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଝାରସୁଗୁଡ଼ା, ରାଉରକେଲା ଓ କୋରାପୁଟରେ ୭, ସେମିଳିଗୁଡ଼ାରେ ୭.୫, କିରେଇରେ ୮.୩, ନବରଙ୍ଗପୁରରେ ୮.୫ ଓ ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କୁହୁଡ଼ି ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଆଜି ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ସକାଳ ସମୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। 

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର