ଶୀତରେ ଥରୁଛି ସାରା ଓଡିଶା, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

Madhusudan Das Picture
Published On

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ସାରା ଓଡିଶା। ପ୍ରବଳ ଥଣ୍ଡା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । କଲବଲ କରୁଛି ଘନ କୁହୁଡ଼ି । ୧୦ ଡିଗ୍ରୀ ତଳେ ରାଜ୍ୟର ୧୩ ସହରର ପାରଦ । ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ପାଲଟିଛି। ଗତକାଲି ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିଲା। ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଝାରସୁଗୁଡ଼ା, ରାଉରକେଲା ଓ କୋରାପୁଟରେ ୭, ସେମିଳିଗୁଡ଼ାରେ ୭.୫, କିରେଇରେ ୮.୩, ନବରଙ୍ଗପୁରରେ ୮.୫ ଓ ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କୁହୁଡ଼ି ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଆଜି ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ସକାଳ ସମୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। 

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

29 Dec 2025 By Madhusudan Das

ଶୀତରେ ଥରୁଛି ସାରା ଓଡିଶା, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ସାରା ଓଡିଶା। ପ୍ରବଳ ଥଣ୍ଡା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । କଲବଲ କରୁଛି ଘନ କୁହୁଡ଼ି । ୧୦ ଡିଗ୍ରୀ ତଳେ ରାଜ୍ୟର ୧୩ ସହରର ପାରଦ । ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ପାଲଟିଛି। ଗତକାଲି ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିଲା। ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଝାରସୁଗୁଡ଼ା, ରାଉରକେଲା ଓ କୋରାପୁଟରେ ୭, ସେମିଳିଗୁଡ଼ାରେ ୭.୫, କିରେଇରେ ୮.୩, ନବରଙ୍ଗପୁରରେ ୮.୫ ଓ ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କୁହୁଡ଼ି ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଆଜି ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ସକାଳ ସମୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର