ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରି ୩ ଦିନ କଲବଲ କରିବ ଜାଡ଼

Madhusudan Das Picture
Published On

ଭୁବନେଶ୍ୱର: ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା । ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ ଉପାନ୍ତ ସବୁଠି ପାରଦ ତଳମୁହାଁ । ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ରାଜଧାନୀରେ ବାଘୁଆ ଜାଡ଼ । ୯ ଡିଗ୍ରୀ ଛୁଇଁଲା ରାଜଧାନୀ ଭୁବନେଶ୍ୱରର ପାରଦ । ଜାନୁଆରୀ ମାସରେ ଭୁବନେଶ୍ୱରର ତୃତୀୟ ସର୍ବନିମ୍ନ ତାପମାତ୍ରା ରେକର୍ଡ । ଭୁବନେଶ୍ୱରର ରାତି ତାପମାତ୍ରା ୯.୪ ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀକୁ ଖସିବା ସହ ଚଳିତବର୍ଷ ଏହା ସବୁଠୁ କମ୍ ତାପମାତ୍ରା ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ସେହିପରି ବାଲେଶ୍ୱର ୯.୫, ଝାରସୁଗୁଡା ୫.୮, କେନ୍ଦୁଝର ୮.୦, ସମ୍ବଲପୁର ୧୦.୦, ରାଉରକେଲା ୫.୪ ରେକର୍ଡ ହୋଇଛି । 

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଅନ୍ୟପଟେ ଏଭଳି ସ୍ଥିତି ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଜାରି ରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଶୀତ ଲହରୀ (କୋଲ୍ଡ ୱେଭ୍‌) ସତର୍କ ସୂଚନା ଜାରି କରାଯାଇଛି। ଜଗତସିଂହପୁର, କଟକ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ସୋନପୁର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତା ୩ ଦିନ ପରେ ରାଜ୍ୟର କିଛି ସ୍ଥାନରେ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ। ୨ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଅପରିବର୍ତ୍ତିତ ରହି ପୁଣି ଏହା ପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର ନିଜ ବୁଲେଟିନ୍‌ରେ ଦର୍ଶାଇଛି। ଶିମିଳିପାଳରେ ଚଳିତ ବର୍ଷ ସର୍ବନିମ୍ନ ତାପମାତ୍ରା ଶୂନ୍‌(୦) ଡିଗ୍ରୀ ସେଲ୍‌ସିୟସ୍‌ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

08 Jan 2026 By Madhusudan Das

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରି ୩ ଦିନ କଲବଲ କରିବ ଜାଡ଼

ଭୁବନେଶ୍ୱର: ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା । ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ ଉପାନ୍ତ ସବୁଠି ପାରଦ ତଳମୁହାଁ । ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ରାଜଧାନୀରେ ବାଘୁଆ ଜାଡ଼ । ୯ ଡିଗ୍ରୀ ଛୁଇଁଲା ରାଜଧାନୀ ଭୁବନେଶ୍ୱରର ପାରଦ । ଜାନୁଆରୀ ମାସରେ ଭୁବନେଶ୍ୱରର ତୃତୀୟ ସର୍ବନିମ୍ନ ତାପମାତ୍ରା ରେକର୍ଡ । ଭୁବନେଶ୍ୱରର ରାତି ତାପମାତ୍ରା ୯.୪ ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀକୁ ଖସିବା ସହ ଚଳିତବର୍ଷ ଏହା ସବୁଠୁ କମ୍ ତାପମାତ୍ରା ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ସେହିପରି ବାଲେଶ୍ୱର ୯.୫, ଝାରସୁଗୁଡା ୫.୮, କେନ୍ଦୁଝର ୮.୦, ସମ୍ବଲପୁର ୧୦.୦, ରାଉରକେଲା ୫.୪ ରେକର୍ଡ ହୋଇଛି । 

ଅନ୍ୟପଟେ ଏଭଳି ସ୍ଥିତି ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଜାରି ରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଶୀତ ଲହରୀ (କୋଲ୍ଡ ୱେଭ୍‌) ସତର୍କ ସୂଚନା ଜାରି କରାଯାଇଛି। ଜଗତସିଂହପୁର, କଟକ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ସୋନପୁର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତା ୩ ଦିନ ପରେ ରାଜ୍ୟର କିଛି ସ୍ଥାନରେ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ। ୨ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଅପରିବର୍ତ୍ତିତ ରହି ପୁଣି ଏହା ପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର ନିଜ ବୁଲେଟିନ୍‌ରେ ଦର୍ଶାଇଛି। ଶିମିଳିପାଳରେ ଚଳିତ ବର୍ଷ ସର୍ବନିମ୍ନ ତାପମାତ୍ରା ଶୂନ୍‌(୦) ଡିଗ୍ରୀ ସେଲ୍‌ସିୟସ୍‌ରେ ପହଞ୍ଚିଛି।

https://www.thesakala.in/latest-odisha-news/heavy-cold-wave-situation-continue-in-all-over-odisha/article-43970
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର