ପ୍ରବଳ ଶୀତ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଘନ କୁହୁଡ଼ି; ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା । ପ୍ରବଳ ଶୀତ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଘନ କୁହୁଡ଼ି। ରାସ୍ତାରେ ମୁହଁକୁ ମୁହଁ ଦିଶୁନି। ସାରା ରାଜ୍ୟକୁ କଲବଲ କରୁଛି କୁହୁଡ଼ି । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଆଜି ୧୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ସତର୍କ କରିଥିବାବେଳେ ୧୪ ଜିଲ୍ଲାକୁ ୟେଲୋ ଓ ୩ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

About The Author: Madhusudan Das