ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ୯ ସହର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ହାଡ଼ ଭାଙ୍ଗୁଛି ଜାଡ଼। ୧୦ ଡିଗ୍ରୀ ତଳେ ରାଜ୍ୟର ୯ ସହର। ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ଉତ୍ତର-ଉତ୍ତରପୂର୍ବ ଦିଗରୁ ରାଜ୍ୟକୁ ଶୁଷ୍କ ଜଳବାୟୁ ପ୍ରବାହିତ ହେଉଥିବାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ତେବେ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ ହୋଇଛି। ଜି. ଉଦୟଗିରି ପାଲଟିଛି […]

ଭୁବନେଶ୍ୱର: ରାଜ୍ୟରେ ହାଡ଼ ଭାଙ୍ଗୁଛି ଜାଡ଼। ୧୦ ଡିଗ୍ରୀ ତଳେ ରାଜ୍ୟର ୯ ସହର। ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ଉତ୍ତର-ଉତ୍ତରପୂର୍ବ ଦିଗରୁ ରାଜ୍ୟକୁ ଶୁଷ୍କ ଜଳବାୟୁ ପ୍ରବାହିତ ହେଉଥିବାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ତେବେ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ ହୋଇଛି। ଜି. ଉଦୟଗିରି ପାଲଟିଛି ରାଜ୍ୟର ସବୁଠୁ ଥଣ୍ଡା ଅଂଚଳ। ଜି. ଉଦୟଗିରିରେ ସର୍ବନିମ୍ନ ୫ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସିମିଳିଗୁଡ଼ାରେ ୫.୯ ଡିଗ୍ରୀ, ଫୁଲବାଣୀରେ ୮, ଦାରିଙ୍ଗବାଡିରେ ୮.୫, କୋରାପୁଟ-୯.୪, ରାଉରକେଲା-୯.୫, ଝାରସୁଗୁଡା-୯.୮, ଭବାନୀପାଟଣା-୯.୮, ନବରଙ୍ଗପୁର-୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆଜି ସକାଳୁ ସକାଳୁ ଟ୍ୱିନ ସିଟିରେ ଘନ କୁହୁଡ଼ିର ଆସ୍ତରଣ ମଧ୍ୟ ଦେଖିବାକୁ ମିଳିଥିଲା। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଭୁବନେଶ୍ୱରରେ ୧୪.୫ ଡିଗ୍ରୀ, କଟକରେ ୧୪ ଡିଗ୍ରୀ ରେକର୍ଡ ସର୍ବନିମ୍ନ ରାତି ତାପମାତ୍ରା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ସେପଟେ ଓଡ଼ିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ ହୋଇଛି। ଏଥେôଯାଗୁ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବା ସହ ହାତ ଗୋଡ଼ କାଲୁଆ ପଡ଼ିଯାଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ତାପମାତ୍ରା।୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟକୁ ବର୍ତ୍ତମାନ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ଆରମ୍ଭ ହେବାରୁ ଶୀତର ପରିମାଣ କମିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର