ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ, ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ରର ପରାମର୍ଶ

The Sakala Picture
Published On

ଭୁବନେଶ୍ବର : ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ଏଥି ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ୯ ତାରିଖରେରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ନୂଆପଡା, ୧୦ରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ […]

ଭୁବନେଶ୍ବର : ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ଏଥି ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ୯ ତାରିଖରେରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ନୂଆପଡା, ୧୦ରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଦିନ ୧୨ ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଏଥି ସହିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରୋଗୀ, ବୟସ୍କ ଏବଂ ଶିଶୁଙ୍କୁ ଖରା ସଂସ୍ପର୍ଶରେ ଆସିବାକୁ ବାରଣ କରାଯାଇଛି । ସେପଟେ ଦକ୍ଷିଣ ଓ ଉପକୂଳ ଓଡିଶାରେ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଜୁନ ୧୧ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମପ୍ରବାହ ପାଇଁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି ଲେଖି । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ଅନ୍ୟପଟେ ମୌସୁମୀର ସ୍ପର୍ଶ ପାଇଁ ରାଜ୍ୟବାସୀଙ୍କୁ ଆଉ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ। କାରଣ କେରଳ ଛୁଇଁବାର କିଛି ଦିନ ପର୍ୟ୍ୟନ୍ତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ସହ ବଙ୍ଗୋପସାଗର ଓ ଆରବ ସାଗରର ଅନେକ ଅଞ୍ଚଳ ସ୍ପର୍ଶ କରିବା ବେଳେ ଏବେ ଏହା ସ୍ଥିର ହୋଇଯାଇଛି। ଆଉ ଆଗକୁ ବଢ଼ିପାରୁନି। ତେଣୁ ମୌସୁମୀ ବାୟୁ ଓଡ଼ିଶା କେବେ ଛୁଇଁବ, ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଣୁ ଜୁନ୍‌ ୧୨ ସୁଦ୍ଧା ଓଡ଼ିଶାକୁ ମୌସୁମୀର ଆଗମନ ହେବ ନାହିଁ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଗଲାଣି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାରେ ବିଳମ୍ବ ହୋଇପାରେ। ପୂର୍ବ ଆକଳନ ମୁତାବକ ଜୁନ୍ ୧୨ରେ ଓଡ଼ିଶା ଛୁଇଁ ନ ପାରେ। ଆକାଶରେ ବାଦଲ ଓ ପବନ ରହିଛି। ହେଲେ ମୌସୁମୀ ଆଗମନରେ ପରିବେଶ ଅନୁକୂଳ ନାହିଁ। ଉତ୍ତର-ପଶ୍ଚିମ ପବନର ପ୍ରଭାବ ଅଧିକ ଯୋଗୁଁ ରାଜ୍ୟରେ ତାପମାତ୍ରା ବୃଦ୍ଧିପାଉଛି। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆଗକୁ ବଢ଼ିବାକୁ ଦେଉନାହିଁ। ତେଣୁ ମୌସୁମୀ କେବେ ଓଡ଼ିଶା ଛୁଇଁବ ତାହା ଆକଳନ କରାଯାଇପାରୁନାହିଁ। ମେ’ ୩୧ ପରେ ତାମିଲନାଡ଼ୁ, ବେଙ୍ଗାଲୁରୁ, ଭେଲୁର ଓ ପୁଡ଼ୁଚେରୀ ଆଦି ସ୍ଥାନରେ ଭଲ ବର୍ଷା ହୋଇଯାଇଛି। ଉତ୍ତର-ପୂର୍ବ ଭାରତର ରାଜ୍ୟମାନଙ୍କରେ ମଧ୍ୟ ମୌସୁମୀ ପହଞ୍ଚିବା ପରେ ଭଲ ବର୍ଷା ହୋଇଥିବା ରେକର୍ଡ କହୁଛି। ପାଗ ପ୍ରତିକୂଳ ଥିବାରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ମୌସୁମୀ ଓଡ଼ିଶା ପହଞ୍ଚିବାରେ ବାଧା ସୃଷ୍ଟି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର