ସତର୍କ ରୁହନ୍ତୁ ଏହି ସବୁ ଜିଲ୍ଲାବାସୀ, ଆଗାମୀ ଦୁଇ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି। ପାଗ ଠିକ୍‌ ରହିବା ସହ ଖରା  ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ରାଜ୍ୟରେ ଏପରି ସ୍ଥିତି ଆହୁରି ୪ ଦିନ ଲାଗି ରହିବ। ତେବେ ଏହାରି ମଧ୍ୟରେ ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି […]

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି। ପାଗ ଠିକ୍‌ ରହିବା ସହ ଖରା  ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ରାଜ୍ୟରେ ଏପରି ସ୍ଥିତି ଆହୁରି ୪ ଦିନ ଲାଗି ରହିବ। ତେବେ ଏହାରି ମଧ୍ୟରେ ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ଏହି ଦୁଇ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ଭୀଷଣ ବଜ୍ରପାତ ସହ ୬୦ରୁ ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବନ୍ୟାରେ କ୍ଷତିଗ୍ରସ୍ତ ଗଞ୍ଜାମ ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବାକୁ ଆସନ୍ତା ୭ରେ ଜିଲ୍ଲା ଗସ୍ତ କରିବେ ନବୀନ

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଆଉ କିଛି ଅଞ୍ଚଳ ବିଜୁଳି ସହିତ ମଧ୍ୟମ ଧରଣର ଝଡ଼ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ଵର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଏବଂ କୋରାପୁଟ ଜିଲ୍ଲାର କିଛି ଅଂଶ ପ୍ରଭାବିତ ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ସହ ଏହି ସବୁ ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଯାହାକୁ ନେଇ ଏହି ସବୁ ଜିଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଗଞ୍ଜାମ ଗିଡ଼ିପାବାଲି ଭୂସ୍ଖଳନ ସ୍ଥଳରୁ ଆଉ ୩ ମୃତଦେହ ଠାବ, ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

ଏଥି ସହିତ ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ନୂଆପଡା, ଯାଜପୁର, କେନ୍ଦ୍ରପଡା, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର କିଛି ଅଂଶକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ଯମ ଧରଣ ବର୍ଷା ହେବା ସହିତ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି। ଯାହାକୁ ନେଇ ଏହି ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଏଣିକି କଲେଜ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ହାଇସ୍ପିଡ୍ ୱାଇଫାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର