ଲଘୁଚାପ ପୂର୍ବରୁ ଭୀଷଣ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଶନିବାର ଏକ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ରଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ଓ ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରରେ ପରିଣତ ହେବ। ପ୍ରଭାବରେ ୧୬ ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ […]

ଭୁବନେଶ୍ୱର : ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଶନିବାର ଏକ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ରଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ଓ ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରରେ ପରିଣତ ହେବ। ପ୍ରଭାବରେ ୧୬ ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ

ଯେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ରହିଛି । ତେବେ ସେହି ଅଞ୍ଚଳରୁ ଗୋଟିଏ ଟ୍ରପ ଲାଇନ୍ ଓଡ଼ିଶା ଯାଏ ଲମ୍ବିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ହେଉଛି । ଶନିବାର ମଧ୍ୟ ଏହି ସ୍ଥିତି ଜାରି ରହିବା ସହିତ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ; ୪୮ ଘଣ୍ଟା ଭିତରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ

ଏହାକୁ ଦୃଷ୍ଟିରେ ଋଖ୍ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଛତ୍ରପୁରରେ ସର୍ବାଧୂକ ୧୩୫ ମିଲିମିଟର ବର୍ଷା ହୋଇଥିବା ବେଳେ ପୁରୀରେ ୭୪ ମିମି ଗୋପାଳପୁରରେ ୫୭, ନୟାଗଡ଼ରେ ୩୮, ଦାରିଙ୍ଗବାଡ଼ିରେ ୨୫ ମିମି ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ସ୍ଥିତି ସଙ୍ଗୀନ ହୋଇପଡ଼ିଥିବା ବେଳେ ଶନିବାର ଉପୁଜିବାକୁ ଥିବା ସ୍ଥିତିର ମୁକାବିଲା ପାଇଁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପିକୁ ବିଜେଡିର ସିଧା ପ୍ରଶ୍ନ: ଓଡ଼ିଶାର ପ୍ରତିନିଧିତ୍ୱ ହ୍ରାସ ପ୍ରସଙ୍ଗରେ ନିରବ କାହିଁକି ?

ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚିଠିମାଧ୍ୟମରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟ କହିଛି । ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥୂପାଇଁ ବ୍ୟବସ୍ଥା କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିସ୍ଥିତି ଉପୁଜିଲେ ତୁରନ୍ତ ଏସ୍‌ଆରସିଙ୍କ ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସ୍ଥିତି ଯୋଗୁଁ ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଯାଇଛି । ପୂର୍ବ ତୁଳନାରେ ବର୍ତ୍ତମାନ ତାପମାତ୍ରା ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ୪୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ବୃଦ୍ଧି ଘଟିଛି ।

ସେହିପରି ଝାରସୁଗୁଡ଼ାରେ ୪୬, ସମ୍ବଲପୁରରେ ୪୨, ଭବାନୀପାଟଣାରେ ୩୭ ଓ ଅନୁଗୁଳରେ ରାତିର ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ବଢ଼ିଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ରାତିର ତାପମାତ୍ରାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପରିବର୍ତ୍ତନ ହେବାର ନ ଥିବା ବେଳେ ଅନେକ ସ୍ଥାନରେ ଏହା ସ୍ଵାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

13 Nov 2021 By The Sakala

ଲଘୁଚାପ ପୂର୍ବରୁ ଭୀଷଣ ବର୍ଷା

ଭୁବନେଶ୍ୱର : ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଶନିବାର ଏକ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ରଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ଓ ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରରେ ପରିଣତ ହେବ। ପ୍ରଭାବରେ ୧୬ ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ଯେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ରହିଛି । ତେବେ ସେହି ଅଞ୍ଚଳରୁ ଗୋଟିଏ ଟ୍ରପ ଲାଇନ୍ ଓଡ଼ିଶା ଯାଏ ଲମ୍ବିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ହେଉଛି । ଶନିବାର ମଧ୍ୟ ଏହି ସ୍ଥିତି ଜାରି ରହିବା ସହିତ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ।

ଏହାକୁ ଦୃଷ୍ଟିରେ ଋଖ୍ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଛତ୍ରପୁରରେ ସର୍ବାଧୂକ ୧୩୫ ମିଲିମିଟର ବର୍ଷା ହୋଇଥିବା ବେଳେ ପୁରୀରେ ୭୪ ମିମି ଗୋପାଳପୁରରେ ୫୭, ନୟାଗଡ଼ରେ ୩୮, ଦାରିଙ୍ଗବାଡ଼ିରେ ୨୫ ମିମି ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ସ୍ଥିତି ସଙ୍ଗୀନ ହୋଇପଡ଼ିଥିବା ବେଳେ ଶନିବାର ଉପୁଜିବାକୁ ଥିବା ସ୍ଥିତିର ମୁକାବିଲା ପାଇଁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।

ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚିଠିମାଧ୍ୟମରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟ କହିଛି । ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥୂପାଇଁ ବ୍ୟବସ୍ଥା କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିସ୍ଥିତି ଉପୁଜିଲେ ତୁରନ୍ତ ଏସ୍‌ଆରସିଙ୍କ ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସ୍ଥିତି ଯୋଗୁଁ ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଯାଇଛି । ପୂର୍ବ ତୁଳନାରେ ବର୍ତ୍ତମାନ ତାପମାତ୍ରା ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ୪୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ବୃଦ୍ଧି ଘଟିଛି ।

ସେହିପରି ଝାରସୁଗୁଡ଼ାରେ ୪୬, ସମ୍ବଲପୁରରେ ୪୨, ଭବାନୀପାଟଣାରେ ୩୭ ଓ ଅନୁଗୁଳରେ ରାତିର ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ବଢ଼ିଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ରାତିର ତାପମାତ୍ରାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପରିବର୍ତ୍ତନ ହେବାର ନ ଥିବା ବେଳେ ଅନେକ ସ୍ଥାନରେ ଏହା ସ୍ଵାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର