ଆସୁଛି ପଛକୁ ପଛ ଦୁଇ ଲଘୁଚାପ : କାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୨୪ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାକୁ ଥିବାବେଳେ ଏଥିପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଯାଇଛି। ୨୩ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ସହ ୨୪ ଓ ୨୫ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ […]

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୨୪ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାକୁ ଥିବାବେଳେ ଏଥିପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଯାଇଛି।

୨୩ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ସହ ୨୪ ଓ ୨୫ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ୨୩ରୁ୨୬ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। କିଛି କିଛି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୨୩ଠାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ବର୍ତ୍ତମାନ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି। ଏଥିପାଇଁ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପ୍ରଭାବ ଅନୁଭୂତ ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଦେଖିବାକୁ ମିଳିଛି। ମଙ୍ଗଳବାର ମଧ୍ୟ ଅନେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

About The Author: The Sakala