ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ! ପ୍ରଭାବରେ ୧୬ତାରିଖରୁ ରାଜ୍ୟରେ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୫ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ଲଘୁଚାପଟି କେତେ ଘନୀଭୂତ ହେବ ଓ କେଉଁ ଆଡ଼କୁ ଗତି କରିବ, ବର୍ତ୍ତମାନ ସୁଦ୍ଧା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ଏକ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ମଧ୍ୟ ଲଘୁଚାପ ଯୋଗୁଁ ରାଜ୍ୟର […]

ଭୁବନେଶ୍ୱର: ଆସନ୍ତା ୧୫ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ଲଘୁଚାପଟି କେତେ ଘନୀଭୂତ ହେବ ଓ କେଉଁ ଆଡ଼କୁ ଗତି କରିବ, ବର୍ତ୍ତମାନ ସୁଦ୍ଧା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ଏକ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ମଧ୍ୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଶିକ୍ଷା ଓ ଅନୁସନ୍ଧାନ ଦ୍ବାରା ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)ର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରଦିନ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ନଭମ୍ବେର ୧୬ ସୁଦ୍ଧା ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୁହାଁଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି। ପ୍ରଭାବରେ ନଭେମ୍ବର ୧୫ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ଦିନଗୁଡ଼ିକରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନଭେମ୍ବର ୧୬ରୁ ୧୮ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସିଇସି କହିଛି, କେନ୍ଦ୍ରୀୟ ଭାରତରେ ଆଣ୍ଟି-ସାଇକ୍ଲୋନ୍‌‌ ପରିସ୍ଥିତି ରହିଥିବାରୁ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ଓ ଦିନର ତାପମାତ୍ରା ବୃଦ୍ଧି ପାଇି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଥଣ୍ଡା ଜାରି ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ରାତି ତାପମାତ୍ରା ୧୦.୫ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଏହା ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ସେହିପରି ସେମିଳିଗୁଡ଼ାରେ ୧୧.୧, କୋରାପୁଟରେ ୧୧.୬, କେନ୍ଦୁଝରରେ ୧୨.୮, ଫୁଲବାଣୀରେ ୧୩, ଦାରିଙ୍ଗବାଡ଼ିରେ ୧୩, କିରେଇ ୧୩.୭ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

11 Nov 2023 By The Sakala

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ! ପ୍ରଭାବରେ ୧୬ତାରିଖରୁ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୧୫ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ଲଘୁଚାପଟି କେତେ ଘନୀଭୂତ ହେବ ଓ କେଉଁ ଆଡ଼କୁ ଗତି କରିବ, ବର୍ତ୍ତମାନ ସୁଦ୍ଧା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ଏକ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ମଧ୍ୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି।

ଶିକ୍ଷା ଓ ଅନୁସନ୍ଧାନ ଦ୍ବାରା ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)ର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରଦିନ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ନଭମ୍ବେର ୧୬ ସୁଦ୍ଧା ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୁହାଁଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି। ପ୍ରଭାବରେ ନଭେମ୍ବର ୧୫ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ଦିନଗୁଡ଼ିକରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନଭେମ୍ବର ୧୬ରୁ ୧୮ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସିଇସି କହିଛି, କେନ୍ଦ୍ରୀୟ ଭାରତରେ ଆଣ୍ଟି-ସାଇକ୍ଲୋନ୍‌‌ ପରିସ୍ଥିତି ରହିଥିବାରୁ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ଓ ଦିନର ତାପମାତ୍ରା ବୃଦ୍ଧି ପାଇି।

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଥଣ୍ଡା ଜାରି ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ରାତି ତାପମାତ୍ରା ୧୦.୫ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଏହା ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ସେହିପରି ସେମିଳିଗୁଡ଼ାରେ ୧୧.୧, କୋରାପୁଟରେ ୧୧.୬, କେନ୍ଦୁଝରରେ ୧୨.୮, ଫୁଲବାଣୀରେ ୧୩, ଦାରିଙ୍ଗବାଡ଼ିରେ ୧୩, କିରେଇ ୧୩.୭ ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର