ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି; ଆଗାମୀ ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହିତ ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାମାନଙ୍କର କିଛି ସ୍ଥାନରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ […]

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହିତ ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାମାନଙ୍କର କିଛି ସ୍ଥାନରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରାଯାଇଛି। ରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ। ଏହା ସହ ପାଣି ଜମିରହିଲେ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଶୁକ୍ରବାରଠାରୁ ରାଜ୍ୟରେ ପୁଣି ଥରେ ବର୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହିତ ମୌସୁମୀ ସହ ଜଡ଼ିତ ନିମ୍ନ ଚାପ ରେଖା ରାଜସ୍ଥାନର ଗଙ୍ଗାନଗରରୁ ବାହାରି ରୋହତକ, ଗ୍ୱାଲିଅର ହୋଇ ଓଡ଼ିଶାର ସମ୍ୱଲପୁର ଏବଂ ବାଲେଶ୍ୱର ମଧ୍ୟ ଦେଇ ପୂର୍ବ -କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ୱିଛି। ଏହି ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୦.୯ କିମି ଯାଏଁ ବ୍ୟାପିଥିବା ବେଳେ ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଯାଏଁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ବର୍ଷା ଆହୁରି ୨ ଦିନ ପର୍ଯ୍ୟନ୍ତ ଜାରି ରହିବା ସହିତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୪ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ମାଟି ରାସ୍ତା ନଷ୍ଟ ହେବା ସହ ସମ୍ବେଦନଶୀଳ ଘରଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇପାରେ। ଏହି ୪ ଜିଲ୍ଲା ବ୍ୟତୀତ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଦ କେନ୍ଦ୍ର କହିଛି। ସେହିପରି ରବିବାର ମଧ୍ୟ ଅନେକ ସ୍ଥାନରେ ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି। ଗତ ୨୪ ଘଣ୍ଟାରେ ଟିଟଲାଗଡ଼ରେ ୪୯ ମିମି ବର୍ଷା ହୋଇଥିବା ବେଳେ ଭଦ୍ରକରେ ୨୦, ଯାଜପୁରରେ ୧୪, ବରଗଡ଼ ୧୩, ବାରିପଦା ୨୧, ଝାରସୁଗୁଡ଼ା ୧୬ ଓ କେନ୍ଦୁଝରରେ ୧୮ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର