ଲଘୁଚାପ ପ୍ରଭାବରେ ୨୦ ଯାଏଁ ପ୍ରବଳ ବର୍ଷା : ଆଜି ପାଇଁ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର : ଦୁଇ ପର୍ଯ୍ୟାୟ ଓ ମୋଟ୍‌ ୪ ଦିନରେ ମୌସୁମୀ ସାରା ରାଜ୍ୟକୁ ଆଚ୍ଛାଦିତ କରିଛି। ମୌସୁମୀ ଅଗ୍ରସର ହେବା ଦ୍ୱାରା ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୮ ମେ’ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଅଗ୍ରସର ହୋଇଥିଲା। ୧୭ ଦିନ ଧରି ନିଷ୍କ୍ରିୟ ରହିବା ପରେ ଏବେ ପୁଣ ମୌସୁମୀ ସକ୍ରିୟ ହୋଇଛି ଓ ସାରା ରାଜ୍ୟ ଉପରେ ବର୍ଷାର ଚାଦର ଢ଼ାଙ୍କିଛି। ଅନ୍ୟପଟେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ […]

ଭୁବନେଶ୍ୱର : ଦୁଇ ପର୍ଯ୍ୟାୟ ଓ ମୋଟ୍‌ ୪ ଦିନରେ ମୌସୁମୀ ସାରା ରାଜ୍ୟକୁ ଆଚ୍ଛାଦିତ କରିଛି। ମୌସୁମୀ ଅଗ୍ରସର ହେବା ଦ୍ୱାରା ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୮ ମେ’ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଅଗ୍ରସର ହୋଇଥିଲା। ୧୭ ଦିନ ଧରି ନିଷ୍କ୍ରିୟ ରହିବା ପରେ ଏବେ ପୁଣ ମୌସୁମୀ ସକ୍ରିୟ ହୋଇଛି ଓ ସାରା ରାଜ୍ୟ ଉପରେ ବର୍ଷାର ଚାଦର ଢ଼ାଙ୍କିଛି।

ଆହୁରି ପଢ଼ନ୍ତୁ: ଲାଞ୍ଚ ମାମଲାରେ ବାଲିଆପାଳ ସବ-ରେଜିଷ୍ଟ୍ରାର ମନୀଷା ମିଶ୍ରଙ୍କୁ ଚାକିରିରୁ ବହିଷ୍କୃତ କଲେ ରାଜ୍ୟ ସରକାର

ଅନ୍ୟପଟେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ମୌସୁମୀକୁ ଅଧିକ ସକ୍ରିୟ କରାଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଇଏମ୍‌ଡି ପକ୍ଷରୁ ଓଡ଼ିଶାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ପ୍ରବାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୦ ତାରିଖ ଯାଏଁ ବର୍ଷା ହେବାକୁ ଥିବା ବେଳେ ଏହି ସମୟରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବଢାଇଲା CHSE: ନଭେମ୍ବର ୧୪ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଥିବା ବେଳେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ ।

ଆହୁରି ପଢ଼ନ୍ତୁ: ପୁଣି ବଙ୍ଗୋପସାଗରରେ ବାତ୍ୟା ଭୟ: ଆନ୍ଧ୍ର ଉପକୂଳ ମୁହାଁଇପାରେ ସାମୁଦ୍ରିକ ଝଡ଼, ୧୮ରୁ ଓଡ଼ିଶାରେ ବର୍ଷା ଆରମ୍ଭ

ସେହିପରି ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ୧୯ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ଭୀଷଣ ବର୍ଷା ହେବାର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ସେପଟେ ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପର ସମ୍ଭାବନା ରହିଛି। ଏହାପ୍ରଭାବରେ ସାରା ରାଜ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି। ଅନୁରୂପ ଭାବରେ ୨୮ ବେଳକୁ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବାକୁ ସମ୍ବାବନା ଥିବାରୁ ଚଳିତ ବର୍ଷ ଜୁନ୍‌ ମାସରେ ବର୍ଷାର ପ୍ରଭାବ ଭଲ ରହିବା ନେଇ ପୂର୍ବାନୁମାନ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର