ଆରମ୍ଭ ହେଲା ମୌସୁମୀ ପ୍ରତ୍ୟାବର୍ତ୍ତନ : ଆଜିଠୁ ୩ ଦିନ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ରହିଛି। ଏଥିପାଇଁ ରାଜ୍ୟରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇ ୨୬ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ଗଞ୍ଜାମ, […]

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ରହିଛି। ଏଥିପାଇଁ ରାଜ୍ୟରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇ ୨୬ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଜମି କିଣା ବିକା ହେବ ସମ୍ପୂର୍ଣ୍ଣ କ୍ୟାସ ଲେସ୍‌: ରାଜସ୍ବ ମନ୍ତ୍ରୀ

ମଙ୍ଗଳବାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗୋପାଳପୁରରେ ସର୍ବାଧିକ ୯୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୪୬, ଛତ୍ରପୁରରେ ୪୨, ମାଲକାନଗିରି ଏବଂ ତାଳଚେରରେ ୨୨, ବାରିପଦା ୧୭ ଓ ଅନୁଗୁଳରେ ୧୬ ମିମି ବର୍ଷା ରେକର୍ଡ କରାଯାଇଛି। ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବାକୁ ଥିବାରୁ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି ହୋଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସକୁ ଦେଖି ଫେରାର ହୋଇଗଲେ ନାଚୁଣୀ ଥାନା ASI

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ସେପ୍ଟେମ୍ୱର ୨୨ ତାରିଖ ମଧ୍ୟରେ ୧୦୯୯.୯ ମିମି ସ୍ୱାଭାବିକ ବର୍ଷା ତୁଳନାରେ ୧୦୦୯.୭ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ରାଜ୍ୟରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛ। ଅନ୍ୟପଟେ ୨୩ ତାରିଖଠାରୁ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ସ୍ୱାଭାବିକ ତାରିଖ ୧୭ସେପ୍ଟେମ୍ୱର ବଦଳରେ ୬ ଦିନ ବିଳମ୍ବ ଅର୍ଥାତ ଆଜିଠାରୁ ପଶ୍ଚିମରାଜସ୍ଥାନ ଏବଂ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ବଡ ଅଘଟଣ: ନିର୍ମାଣାଧୀନ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକ ମୃତ

24 Sep 2024 By The Sakala

ଆରମ୍ଭ ହେଲା ମୌସୁମୀ ପ୍ରତ୍ୟାବର୍ତ୍ତନ : ଆଜିଠୁ ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସୁଦ୍ଧା ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ରହିଛି। ଏଥିପାଇଁ ରାଜ୍ୟରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇ ୨୬ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗୋପାଳପୁରରେ ସର୍ବାଧିକ ୯୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୪୬, ଛତ୍ରପୁରରେ ୪୨, ମାଲକାନଗିରି ଏବଂ ତାଳଚେରରେ ୨୨, ବାରିପଦା ୧୭ ଓ ଅନୁଗୁଳରେ ୧୬ ମିମି ବର୍ଷା ରେକର୍ଡ କରାଯାଇଛି। ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବାକୁ ଥିବାରୁ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି ହୋଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ସେପ୍ଟେମ୍ୱର ୨୨ ତାରିଖ ମଧ୍ୟରେ ୧୦୯୯.୯ ମିମି ସ୍ୱାଭାବିକ ବର୍ଷା ତୁଳନାରେ ୧୦୦୯.୭ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ରାଜ୍ୟରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛ। ଅନ୍ୟପଟେ ୨୩ ତାରିଖଠାରୁ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ସ୍ୱାଭାବିକ ତାରିଖ ୧୭ସେପ୍ଟେମ୍ୱର ବଦଳରେ ୬ ଦିନ ବିଳମ୍ବ ଅର୍ଥାତ ଆଜିଠାରୁ ପଶ୍ଚିମରାଜସ୍ଥାନ ଏବଂ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର