୫ ଦିନ ପ୍ରବଳ ବର୍ଷା : ଏହି ସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର : ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏହି ଘୂର୍ଣ୍ଣିବଳୟ ରୂପରେ ବଙ୍ଗୋପସାଗରରେ ପ୍ରବେଶ କରିବ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହି ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତର ରୂପ ନେଇ ପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି […]

ଭୁବନେଶ୍ବର : ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏହି ଘୂର୍ଣ୍ଣିବଳୟ ରୂପରେ ବଙ୍ଗୋପସାଗରରେ ପ୍ରବେଶ କରିବ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହି ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତର ରୂପ ନେଇ ପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଥିବା ବେଳେ ୨୪ରୁ ଅର୍ଥାତ କାଲିଠୁ ବର୍ଷାର ପ୍ରଭାବ ବଢ଼ିବ ବୋଲି ଆକଳନ କରାଯାଇଛି।

ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବ ଆନ୍ଧ୍ର ଉପରେ ଅଧିକ ରହିଥିବା ବେଳେ କିଛିକାଂଶ ପ୍ରଭାବ ଓଡ଼ିଶାର ଦକ୍ଷିଣ ଭାଗ ଉପରେ ରହୁଛି। ତେଣୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଯାହା ଫଳରେ ଆଜି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଛି।

ସେପଟେ କାଲିଠୁ ରାଜ୍ୟରେ ବର୍ଷରେ ପରିମାଣ ବଢିବ।  ଆସନ୍ତା ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ଆଗକୁ ବଢିବ। ଯାହାର ପ୍ରଭାବରେ ଜୁଲାଇ ୨୪ ଓ ୨୫ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡଘଡି- ବିଜୁଳି ଝଟକା ମାରିବ।  ୨୪ ତାରିଖରେ କୋରାପୁଟ, ମୟୁରଭଞ୍ଜ, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ୨୪ ତାରିଖରେ ପ୍ରବଳ ବର୍ଷା ହେବ। ଉପକୂଳ ଜିଲ୍ଲାରେ ୩୦-୪୦ କିଲୋମିଟର ପବନ ସହ ବିଜୁଳି, ଘଡଘଡି ବର୍ଷା ସମ୍ଭାବନା ଅଛି।

୨୫ ତାରିଖରେ ମୟୁରଭଞ୍ଜ, କେନ୍ଦୁଝରରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ସେହିପରି ଯାଜପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଭଦ୍ରକ, ଜଗତସିଂହପୁର, ଅନୁଗୁଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖରେ ବି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଝାରସୁଗୁଡା, ବରଗଡ, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତା ସହ ସବୁ ଜିଲ୍ଲାରେ ବିଜୁଳି ଘଡଘଡି, ୩୦-୪୦ କିଲୋମିଟର ବେଗର ଝଟକା ପବନ ବି ବୋହିବ।

୨୭ ତାରିଖରେ ବର୍ଷା ଜାରି ରହିବ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୮ ତାରିଖରେ ବର୍ଷାର ପରିମାଣ କମିବ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲିଠୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସେପଟେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତି କହିଛନ୍ତି  ୨୯ ତାରିଖ ପାଇଁ ୱାର୍ଣ୍ଣି ନାହିଁ।  ଜୁନ ୧ ରୁ ଆଜି ଯାଏଁ ରେକର୍ଡ ହୋଇଥିବା ବର୍ଷାର ପରିମାଣ ରହିଛି ୫୧୪.୨ ମିଳିମିଟର। ଯାହା ସାଧାରଣ ପରିମାଣଠାରୁ ଅଧିକ। ସାଧାରଣ ପରିମାଣ ହେଉଛି ୪୫୮.୮ ମିଲିମିଟର। କିନ୍ତୁ ଏବେ ସୁଦ୍ଧା ରାଜ୍ୟରେ  ୧୨% ଅଧିକ ବର୍ଷା ରେକର୍ଡ ହୋଇଛି।

About The Author: The Sakala