ପ୍ରବଳ ବର୍ଷା: ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା କଲା ପ୍ରଶାସନ

Madhusudan Das Picture
Published On

ଭଦ୍ରକ: ପ୍ରବଳ ବର୍ଷା ପାଇଁ ଭଦ୍ରକରେ ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲ୍ଲାପାଳ। ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌ ଛୁଟି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳଙ୍କ ଘୋଷଣା

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଲଗାତାର ଭାବେ ବର୍ଷା ଲାଗି ରହିଥିବାରୁ ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ବର୍ଷା ହେବାର ପୂର୍ବାନୁମାନ ଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଯେଉଁ ବିଦ୍ୟାଳୟଗୁଡ଼ିକ କେନ୍ଦ୍ରୀୟ ରୋଷେଇଶାଳା ବା ସେଣ୍ଟ୍ରାଲ କିଚେନ ମଡେଲ୍ ଅଧୀନରେ ଆସୁଛନ୍ତି, ସେଗୁଡ଼ିକ କେବଳ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ବଣ୍ଟନ ପାଇଁ ଖୋଲା ରହିବ। ଖାଦ୍ୟ ପ୍ରଦାନ କରାଯିବା ପରେ ସେଠାରେ ମଧ୍ୟ ଶୈକ୍ଷିକ କାର୍ଯ୍ୟକଳାପ ବନ୍ଦ ରଖାଯିବ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଗାମୀ ଦିନରେ ଏହି ଘୂର୍ଣ୍ଣିବଳୟ ଏକ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି, ଯାହା ଫଳରେ ସମଗ୍ର ରାଜ୍ୟରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର