ପଛକୁ ଫେରୁଛି ଲଘୁଚାପ : ଆଜି ୯ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ମଙ୍ଗଳବାର ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡ଼ିତ ମେଘଖଣ୍ଡ ଓଡ଼ିଶାର କିଛି ଅଞ୍ଚଳ ଉପରେ ରହୁଛି। ଏହା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା କରାଉଛି।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପଶ୍ଚିମବଙ୍ଗରେ ସ୍ଥଳଭାଗ ଅତିକ୍ରମ କରି ଝାଡ଼ଖଣ୍ଡ ମଧ୍ୟ ଦେଇ ଉତ୍ତର ଛତିଶଗଡ଼ ପର୍ଯ୍ୟନ୍ତ ପହଞ୍ଚିଥିଲା। ମାତ୍ର ଉତ୍ତର ପଶ୍ଚିମ ଭାରତରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେତୁ ସହେଠାରେ ଶୁଷ୍କ ଉତ୍ତରା ବାୟୁର […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ମଙ୍ଗଳବାର ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡ଼ିତ ମେଘଖଣ୍ଡ ଓଡ଼ିଶାର କିଛି ଅଞ୍ଚଳ ଉପରେ ରହୁଛି। ଏହା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା କରାଉଛି।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପଶ୍ଚିମବଙ୍ଗରେ ସ୍ଥଳଭାଗ ଅତିକ୍ରମ କରି ଝାଡ଼ଖଣ୍ଡ ମଧ୍ୟ ଦେଇ ଉତ୍ତର ଛତିଶଗଡ଼ ପର୍ଯ୍ୟନ୍ତ ପହଞ୍ଚିଥିଲା। ମାତ୍ର ଉତ୍ତର ପଶ୍ଚିମ ଭାରତରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେତୁ ସହେଠାରେ ଶୁଷ୍କ ଉତ୍ତରା ବାୟୁର ପ୍ରଭାବ ଅଧିକ ରହିଛି। ଏହି ବାୟୁକୁ ଭେଦ କରି ଲଘୁଚାପ ଆଗକୁ ବଢ଼ିନପାରି ପୂର୍ବ ଦିଗକୁ ଗତି କରୁଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଏହି ଲଘୁଚାପ ପଶ୍ଚିମବଙ୍ଗ ଅତିକ୍ରମ କରିବା ପରେ ରାଜ୍ୟରେ ବର୍ଷା କମିବା ସହ ଏହାପରେ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି: ଦୁଇ ଜିଲ୍ଲାରେ ମୁତୟନ ହେବେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ

ବୁଧବାର(ଆଜି) ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମୌସୁମୀ ଅତ୍ୟଧିକ ସକ୍ରିୟ ହେତୁ ଗତ ୨୪ଘଣ୍ଟାରେ ରାଜ୍ୟରେ ୨୬.୮ ମିମି ବର୍ଷା ହୋଇଯାଇଛି। ଏହା ସ୍ୱାଭାବିକ ବର୍ଷା ୪.୬ମିମି ତୁଳନାରେ ୪୭୭ ପ୍ରତିଶତ ଅଧିକ। ଅକ୍ଟୋବର ମାସରେ ପ୍ରଥମ ୩ଦିନରେ ୫୩.୭ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ତୁଳନାରେ ୨୩୮ ପ୍ରତିଶତ ଅଧିକ ରହିଛି।

ଆହୁରି ପଢ଼ନ୍ତୁ: ବଦଳିବ ମିଶନ ଶକ୍ତି ମହିଳାଙ୍କ ଡ୍ରେସ୍‌ କୋଡ୍‌, ମିଳିବ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍‌

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp