ଆଜି ଅଧା ଓଡ଼ିଶାରେ ପ୍ରବଳ ବର୍ଷା, ୧୨ ଯାଏଁ ନିସ୍ତାର ନାହିଁ…

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରବିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା […]

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରବିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ସତର୍କ ସୂଚନା ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ଥିବା ଜଣାପଡ଼ିଛି। ୮ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବୁଲେଟିନରେ ସୂଚନା ପ୍ରଦାନ କରାଯାଇଛି। ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଏହାପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ଘଟିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

About The Author: The Sakala