ଆଜି ୧୯ ଜିଲ୍ଲାରେ କାଳବୈଶାଖୀ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର : ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରାୟ ୧୯ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। କେନ୍ଦ୍ରର ସୂଚନା ଅନୁଯାୟୀ, ରବିବାର କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। […]

ଭୁବନେଶ୍ୱର : ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରାୟ ୧୯ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଲିପ୍ଟ ଦେବା ବାହାନାରେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଉଦ୍ୟମ

କେନ୍ଦ୍ରର ସୂଚନା ଅନୁଯାୟୀ, ରବିବାର କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୟାଗଡ଼, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗର ପବନ ବହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ୧୩ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଅପରପକ୍ଷେ ଶନିବାର ରାଜ୍ୟର ୯ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂ ତଦୂର୍ଦ୍ଧ୍ବ ରେକର୍ଡ ହୋଇଛି। ନୂଆପଡ଼ାରେ ସର୍ବାଧିକ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ତାଲିକାରେ ୪୧.୫ଡିଗ୍ରୀ ସହ ଝାରସୁଗୁଡ଼ା ଦ୍ବିତୀୟ ସ୍ଥାନରେ ରହିଥିବା‌ ବେଳେ ସମ୍ବଲପୁର, ହୀରାକୁଦ ଓ ବୌଦ୍ଧରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ବଲାଙ୍ଗୀରରେ ୪୦.୫ ଡିଗ୍ରୀ, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୪୦.୨ ଡିଗ୍ରୀ ଏବଂ ଟିଟିଲାଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଛି।

ଆହୁରି ପଢ଼ନ୍ତୁ: କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ନିର୍ବାଚନ: ସମସ୍ତ ୧୪ ସିଟ୍‌ରେ ବିଜେଡିର ବାଜିମାତ୍‌

12 May 2024 By The Sakala

ଆଜି ୧୯ ଜିଲ୍ଲାରେ କାଳବୈଶାଖୀ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରାୟ ୧୯ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ରବିବାର କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୟାଗଡ଼, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗର ପବନ ବହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ୧୩ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି।

ଅପରପକ୍ଷେ ଶନିବାର ରାଜ୍ୟର ୯ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂ ତଦୂର୍ଦ୍ଧ୍ବ ରେକର୍ଡ ହୋଇଛି। ନୂଆପଡ଼ାରେ ସର୍ବାଧିକ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ତାଲିକାରେ ୪୧.୫ଡିଗ୍ରୀ ସହ ଝାରସୁଗୁଡ଼ା ଦ୍ବିତୀୟ ସ୍ଥାନରେ ରହିଥିବା‌ ବେଳେ ସମ୍ବଲପୁର, ହୀରାକୁଦ ଓ ବୌଦ୍ଧରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ବଲାଙ୍ଗୀରରେ ୪୦.୫ ଡିଗ୍ରୀ, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୪୦.୨ ଡିଗ୍ରୀ ଏବଂ ଟିଟିଲାଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର