ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧିପାଇବ। ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୩ରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇ ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ […]

ଭୁବନେଶ୍ୱର: ଆସନ୍ତା ୨ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧିପାଇବ। ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୩ରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇ ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆଶଙ୍କା ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ପାଣିପାଗ କେନ୍ଦ୍ର କହିଛି ଯେ, ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଓ ସୁନ୍ଦରଗଡ଼ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଥିବା ବେଳେ କଟକ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ସୋମବାର ମୌସୁମୀ ନିମ୍ନଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ଗୁନା, ସାଗର, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ୱିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସହ ଦିନେ ଦୁଇ ଦିନ ମଧ୍ୟରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର