ମନୋରଞ୍ଜନ
ଓଡ଼ିଶା
ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି...

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାରଠାରୁ ବର୍ଷା ବଢିବ। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପୂର୍ଣ୍ଣିବଳୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
ବିଶେଷକରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା ସହ କନ୍ଧମାଳ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ବିଜୁଳି ଘଡ଼ଘଡ଼ି ଏବଂ ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।