ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି...

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାରଠାରୁ ବର୍ଷା ବଢିବ। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପୂର୍ଣ୍ଣିବଳୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ବିଶେଷକରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା ସହ କନ୍ଧମାଳ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ବିଜୁଳି ଘଡ଼ଘଡ଼ି ଏବଂ ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

About The Author: The Sakala