ଆଗାମୀ ତିନିଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ଏବଂ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା […]

ଭୁବନେଶ୍ୱର: ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ଏବଂ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାପାଇଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ସେପ୍ଟେମ୍ୱର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି। ଏହି ୨୭ ଦିନର ବର୍ଷା ସେପ୍ଟେମ୍ୱର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଛି। ଉପଗ୍ରହରୁ ଜଳୀୟବାଷ୍ପ ସମ୍ଭନ୍ଧୀତ ଉତ୍ତୋଳନ ହୋଇଥିବା ଚିତ୍ର ଅନୁଯାୟୀ ଦେଶର ଉତ୍ତର-ପଶ୍ଚିମ ଭାଗର କିଛି ଅଞ୍ଚଳରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା ଦୃଷ୍ଟନ୍ତମୂଳକ ଭାବେ କମିଛି। ଯାହା ମୌସୁମୀ ଅପସାରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛି ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର