ମନୋରଞ୍ଜନ
ଓଡ଼ିଶା
୧୩ ତାରିଖ ଯାଏଁ ପ୍ରବଳ ବର୍ଷା : ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଛି। ଘୂର୍ଣ୍ଣିବଳୟଟି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ସକ୍ରିୟ ରହିଥିବାରୁ ଦକ୍ଷିଣ ଓଡ଼ିଶାରେ ହିଁ ବର୍ଷାର ପ୍ରଭାବ ଅଧିକ ରହିଛି। ଅନ୍ୟପଟେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ବର୍ଷା ହେବାକୁ ଥିବା ବେଳେ ୧୩ରେ ଗୋଟିଏ ଲଘୁଚାପ ଯୋଗୁଁ ପୁଣି ବର୍ଷା ବଢ଼ିବା ନେଇ ଆଶଙ୍କା […]
ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଛି। ଘୂର୍ଣ୍ଣିବଳୟଟି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ସକ୍ରିୟ ରହିଥିବାରୁ ଦକ୍ଷିଣ ଓଡ଼ିଶାରେ ହିଁ ବର୍ଷାର ପ୍ରଭାବ ଅଧିକ ରହିଛି। ଅନ୍ୟପଟେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ବର୍ଷା ହେବାକୁ ଥିବା ବେଳେ ୧୩ରେ ଗୋଟିଏ ଲଘୁଚାପ ଯୋଗୁଁ ପୁଣି ବର୍ଷା ବଢ଼ିବା ନେଇ ଆଶଙ୍କା କରାଯାଉଛି।
ବର୍ଷା ସ୍ଥିତି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟ ଧରଣର ବର୍ଷା ହେବ। ଏହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସେ କହିଛନ୍ତି।
ସେପଟେ ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ଏପରି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ପାଇଁ ରାଜ୍ୟର ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ କମଳା ଚେତାବନୀ ଦିଆଯାଇଛି । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପରିସ୍ଥିତି ଖରାପ ହେବାକୁ ଥିବାରୁ ପାଗ ଉପରେ ନଜର ରଖିବାକୁ ଓ ସେହି ଅନୁଯାୟୀ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ଓ ଗୋଟିଏ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡ଼ାରେ ସର୍ବାଧିକ ୫୮.୨ ମିମି ବର୍ଷା ରେକର୍ଡ କରାଯାଇଛି।





