ସକ୍ରିୟ ହେଲା ସୁସ୍ପଷ୍ଟ ଲଘୁଚାପ: ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ବରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

Madhusudan Das Picture
Published On

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ନିର୍ଧୂମ ବର୍ଷିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ହୋଇପାରେ ପ୍ରବଳ ବର୍ଷା । ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଆଜି ସକାଳ ୫:୩୦ ସୁଦ୍ଧା ଏହି ସିଷ୍ଟମ୍ ସକ୍ରିୟ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପୁରୀରେ ଆରମ୍ଭ ହେଲା ରଥଭଙ୍ଗା ନୀତି: ସର୍ବଶେଷରେ ଭଙ୍ଗାଯିବ ମହାପ୍ରଭୁଙ୍କ ନନ୍ଦିଘୋଷ

ନୂତନ ପାଣିପାଗ ଅପଡେଟ୍ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସିଷ୍ଟମ୍ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହି ପାଣିପାଗ ପ୍ରଣାଳୀ ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ବ୍ୟାପକ ବର୍ଷା ଆଶଙ୍କା କରାଯାଉଛି। ବିଶେଷ କରି ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ପୋଲ ଉପରେ ସ୍କୁଟି ରଖି ଦେବୀ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ପାଇଁ ଜାରି କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ, ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ବରଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାଜ୍ୟର ଅନ୍ୟ ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ, ଅନ୍ୟ ୧୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ସତର୍କତା ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟାରେ ନିଖୋଜ ଆଉ ୩ ଓଡ଼ିଆ: ବରଗଡ଼ର ଗୋଟିଏ ପରିବାରର ମିଳୁନି ପତ୍ତା

ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଶେଷକରି ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସାଧାରଣ ଜନତା ସରକାରୀ ପାଣିପାଗ ବୁଲେଟିନ୍ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର