ଆସନ୍ତାକାଲି ପ୍ରବଳ ବର୍ଷା : ୧୮ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ଦୁର୍ବଳ ହୋଇପଡ଼ିଛି। ମାତ୍ର ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି। ଗତକାଲି ସହ ଆଜି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ କାଲି ମଧ୍ୟ ପଅବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । Warning for Day-1 & Day-2: Day- 3 to Day- 5: NIL pic.twitter.com/nzUXLLeNVW — Meteorological Centre, […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ଦୁର୍ବଳ ହୋଇପଡ଼ିଛି। ମାତ୍ର ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି। ଗତକାଲି ସହ ଆଜି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ କାଲି ମଧ୍ୟ ପଅବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Warning for Day-1 & Day-2:
Day- 3 to Day- 5: NIL pic.twitter.com/nzUXLLeNVW— Meteorological Centre, Bhubaneswar (@mcbbsr) September 7, 2023
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳଠୁ ବର୍ଷା ଲାଗିରହିଛି। କଟକ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁରର କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଏଥି ସହିତ ରାଜ୍ୟରେ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଥିବାବେଳେ ସାରା ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) September 7, 2023
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ସେହିପରି ୮ ତାରିଖ ପରେ ବର୍ଷାର ପରିମାଣ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।