ଆଜି ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା, ୨୪ ବେଳକୁ ପୁଣି ଏକ ଲଘୁଚାପ…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ମଙ୍ଗଳବାର ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ମଙ୍ଗଳବାର ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ଏଥିପାଇଁ ମଙ୍ଗଳବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ରାୟଗଡ଼ା ପାଇଁ ପ୍ରବଳରୁ ଅତି ପ୍ରବଳ ଜନିତ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ରାଜ୍ୟର ଅନ୍ୟସ୍ଥାନରେ ଧୀରେ ଧୀରେ ବର୍ଷାର ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ମାତ୍ର ପୁଣି ୨୩-୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିବାରୁ ରାଜ୍ୟରେ କ୍ରମାଗତ ଭାବେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ସାଗର ପ୍ରବଳ ଅଶାନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶା ବ୍ୟାପକ ପ୍ରଭାବ ପଡ଼ିଛି। ବିଶେଷକରି ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅତ୍ୟଧିକ ବର୍ଷା ଯୋଗୁଁ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ୱର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ୯ଟି ସ୍ଥାନରେ ପ୍ରବଳ ଓ ଗୋଟିଏ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ କୋରାପୁଟ କୋଟପାଡ଼ର ସର୍ବାଧିକ ୧୩୩ ମିମି  ବର୍ଷା ରେକର୍ଡ କରାଯାଇଛ। କୋରାପୁଟରେ ମଧ୍ୟ ଆଜି ସାଢେ଼ ୫ଟା ସୁଦ୍ଧା ୬୪ ମିମି ବର୍ଷା ରେକର୍ଡ ହୋଇଛି। ପାରଳାଖେମୁୁଣ୍ଡିରେ ୪୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନବରଙ୍ଗପୁରରେ ୩୩ ମିମି ବର୍ଷା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଲଘୁଚାପ ବର୍ଷା ଭିତରେ ମୌସୁମୀ ଋତୁ ଅର୍ଥାତ୍‌ ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୭୭୨.୮ ମିମି ତୁଳନାରେ ରାଜ୍ୟରେ ୬ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି। ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା, ୨ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଏବଂ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର