ବଦଳିଲା ପାଗ; ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ବର୍ଷା ଜାରି, ୧୬ରେ ଘର୍ଣ୍ଣିବଳୟ

The Sakala Picture
Published On

ଭୁବନେଶ୍ୱର: ବଦଳିଲା ପାଗ । ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ଆଜି ସକାଳୁ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ […]

ଭୁବନେଶ୍ୱର: ବଦଳିଲା ପାଗ । ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ଆଜି ସକାଳୁ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପଟି ଘନୀଭୂତ ହୋଇ ଅବପାତରେ ପରିଣତ ହେବାକୁ ଥିବାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଛି। ଏଥିପାଇଁ ରାଜ୍ୟରେ ଆସନ୍ତା ୧୬ ତାରିଖଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୮ରୁ ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଏହାଦ୍ୱାରା ଚାଷ କାର୍ଯ୍ୟ ଆଗେଇବ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା,ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଶୁକ୍ରବାରଠାରୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ସକ୍ରିୟ ହେବା ସହିତ ଆନ୍ଧ୍ର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାସହିତ ମୌସୁମୀ ନିମ୍ନ ଚାପ ସ୍ୱାଭାବିକ ସ୍ଥିତିକୁ ଫେରୁଥିବା ଯୋଗୁଁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭଲ ବର୍ଷା ହୋଇଥିବା ବେଳେ ଢେଙ୍କାନାଳରେ ସର୍ବାଧିକ ୫୮ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ହୀରାକୁଦରେ ୨୫ ମିମି ବର୍ଷା ହୋଇଥିବା ବେଳେ ବରଗଡ଼ ୨୨, କଟକ ୧୮, ସମ୍ବଲପୁର ୧୭ ଓ ନୟାଗଡ଼ରେ ୧୬ ମିମି ବର୍ଷା ରେକର୍ଡ କରାଯାଇଛି। ଶୁକ୍ରବାର ସୁଦ୍ଧା ରାଜ୍ୟରେ ୨୪୮.୪ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ତୁଳନାରେ ୨୮ ପ୍ରତିଶତ କମ୍‌‌ ରହିଛି।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

15 Jul 2023 By The Sakala

ବଦଳିଲା ପାଗ; ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ବର୍ଷା ଜାରି, ୧୬ରେ ଘର୍ଣ୍ଣିବଳୟ

ଭୁବନେଶ୍ୱର: ବଦଳିଲା ପାଗ । ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ଆଜି ସକାଳୁ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପଟି ଘନୀଭୂତ ହୋଇ ଅବପାତରେ ପରିଣତ ହେବାକୁ ଥିବାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଛି। ଏଥିପାଇଁ ରାଜ୍ୟରେ ଆସନ୍ତା ୧୬ ତାରିଖଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୮ରୁ ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଏହାଦ୍ୱାରା ଚାଷ କାର୍ଯ୍ୟ ଆଗେଇବ ବୋଲି ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା,ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଶୁକ୍ରବାରଠାରୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ସକ୍ରିୟ ହେବା ସହିତ ଆନ୍ଧ୍ର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାସହିତ ମୌସୁମୀ ନିମ୍ନ ଚାପ ସ୍ୱାଭାବିକ ସ୍ଥିତିକୁ ଫେରୁଥିବା ଯୋଗୁଁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭଲ ବର୍ଷା ହୋଇଥିବା ବେଳେ ଢେଙ୍କାନାଳରେ ସର୍ବାଧିକ ୫୮ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ହୀରାକୁଦରେ ୨୫ ମିମି ବର୍ଷା ହୋଇଥିବା ବେଳେ ବରଗଡ଼ ୨୨, କଟକ ୧୮, ସମ୍ବଲପୁର ୧୭ ଓ ନୟାଗଡ଼ରେ ୧୬ ମିମି ବର୍ଷା ରେକର୍ଡ କରାଯାଇଛି। ଶୁକ୍ରବାର ସୁଦ୍ଧା ରାଜ୍ୟରେ ୨୪୮.୪ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ତୁଳନାରେ ୨୮ ପ୍ରତିଶତ କମ୍‌‌ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର