ଆସନ୍ତା ୧୨ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ । ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଆଉ କାଲି ରାଜ୍ୟରେ ପ୍ରବଳ ବର୍ଷା ଦେଖିବାକୁ ମିଳିବ । ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି । କନ୍ଧମାଳ, କଲାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ […]

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ । ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଆଉ କାଲି ରାଜ୍ୟରେ ପ୍ରବଳ ବର୍ଷା ଦେଖିବାକୁ ମିଳିବ । ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି । କନ୍ଧମାଳ, କଲାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେବେ ଲାଗୁଚପକୁ ନଜରରେ ରଖି ସମୁଦ୍ରମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି । କୌଣସି ବନ୍ଦରକୁ ବିପଦ ସଂକେତ ଦିଆଯାଇନାହିଁ । ଶନିବାର ଠାରୁ ବର୍ଷା ପରିମାଣ କମିବା ସହ କିଛି ସ୍ଥାନରେ ବର୍ଷା ହେବ । ଲଘୁଚାପ ପ୍ରଭାବରେ ଆଜି ଆଉ ଆସନ୍ତା କାଲି ଭୁବନେଶ୍ୱରରେ ବର୍ଷା ହେବ ।
ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି, ମୟୁରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

About The Author: The Sakala