ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଜାରି ରହିଛି ବର୍ଷା, ଆହୁରି ୨ ଦିନ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇଛି ଏବଂ ଏହି ସ୍ଥିତି ଆହୁରି ୨/୩ ଦିନ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ବୁଧବାର ବର୍ଷାର ପ୍ରଭାବ ଆହୁରି ବଢ଼଼ି ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସୂଚନା […]

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇଛି ଏବଂ ଏହି ସ୍ଥିତି ଆହୁରି ୨/୩ ଦିନ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ବୁଧବାର ବର୍ଷାର ପ୍ରଭାବ ଆହୁରି ବଢ଼଼ି ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସୂଚନା ଅନୁସାରେ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୭-୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଏବଂ ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବାକୁ ଥିବାରୁ ଏହି ଜିଲ୍ଲାଗୁଡ଼ିକରେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି କହିଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବର୍ତ୍ତମାନ ଗୋଟିଏ ଟ୍ରଫ ଲାଇନ୍‌‌ ରାଜସ୍ଥାନଠାରୁ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ସୋମବାର ଅପରାହ୍ଣରେ ଭୁବନେଶ୍ୱରେ ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ବେଳେ ୩୦-୪୦ ମିନିଟ୍‌‌ ମଧ୍ୟରେ ୪୩.୯ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି କଟକରେ ୨୯.୪ ମିମି ବର୍ଷା ଅନୁଭୂତ ହୋଇଥିବା ବେଳେ ତାଳଚେର ୨୧ ଓ ନୟାଗଡ଼ରେ ୧୯ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଓଡ଼ିଶା ସମେତ ଛତିଶଗଡ଼ରେ ମଧ୍ୟ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀକୁ ବନ୍ୟାଜଳ ପ୍ରବେଶ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୯.୭୩ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୨ ଲକ୍ଷ ୪୬ ହଜାର ୧୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ସ୍ଥିତିକୁ ଦେଖି ୧୪ ଟି ଗେଟରେ ଜଳନିଷ୍କାସନ ଜାରି ରହିଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଲାଗିରହିଥିବାରୁ ଆଗକୁ ଅଧିକ ପାଣି ପ୍ରବେଶ କରିପାରେ। ଫଳରେ ଅଧିକ ଗେଟ ଖୋଲିବାର ସମ୍ଭାବନା ରହିଛି। ଏଥିପାଇଁ ମହାନଦୀ ତଳ ମୁଣ୍ଡରେ ଥିବା ଜିଲ୍ଲା ଗୁଡ଼ିକୁ ସତର୍କତା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର