ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା, ଆଜି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଓ ନିମ୍ନ ଚାପରେଖା ପ୍ରଭାବରେ ସୋମବାର ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୁଲେଟିନ୍‌‌ ଅନୁଯାୟୀ ୨୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, […]

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଓ ନିମ୍ନ ଚାପରେଖା ପ୍ରଭାବରେ ସୋମବାର ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବଜେଟର ୩୬% ଖର୍ଚ୍ଚ ଡବଲ ଇଞ୍ଜିନ ସରକାରର ଅପରାଗତା, ଅସହାୟତା ଓ ବିଫଳତା: ବିଜେଡି

ପାଣିପାଗ କେନ୍ଦ୍ରର ବୁଲେଟିନ୍‌‌ ଅନୁଯାୟୀ ୨୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱରରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରସ୍ତୁତି: ଆସନ୍ତାକାଲି ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି ଛୁଟି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର