ଲଘୁଚାପ ପ୍ରଭାବରେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ଆଶଙ୍କା 

The Sakala Picture
Published On

ଭୁବନେଶ୍ୱର: ଆହୁରି ଘନୀଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ନେବ ଅବପାତର ରୂପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ଲଘୁଚାପ ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁଯାୟୀ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର […]

ଭୁବନେଶ୍ୱର: ଆହୁରି ଘନୀଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ନେବ ଅବପାତର ରୂପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ଲଘୁଚାପ ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁଯାୟୀ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଥିବାବେଳେ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ ଓ ସମ୍ବଲପୁରରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସେହିପରି ୮ ତାରିଖରେ ବର୍ଷାର ବିସ୍ତୃତି ବଢ଼ିବାକୁ ଥିବାବେଳେ ସମ୍ବଲପୁର, ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

07 Sep 2024 By The Sakala

ଲଘୁଚାପ ପ୍ରଭାବରେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ଆଶଙ୍କା 

ଭୁବନେଶ୍ୱର: ଆହୁରି ଘନୀଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ନେବ ଅବପାତର ରୂପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ଲଘୁଚାପ ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁଯାୟୀ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଥିବାବେଳେ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ ଓ ସମ୍ବଲପୁରରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସେହିପରି ୮ ତାରିଖରେ ବର୍ଷାର ବିସ୍ତୃତି ବଢ଼ିବାକୁ ଥିବାବେଳେ ସମ୍ବଲପୁର, ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।

https://www.thesakala.in/latest-odisha-news/heavy-rainfall-expected-in-8-districts-of-odisha-due-to-low-pressure/article-34983
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର