ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ; ରାଜ୍ୟରେ ଆସନ୍ତା ୫ ଦିନ ପ୍ରବଳ ବର୍ଷା ଆଶଙ୍କା, ୩୧ରୁ ବଢ଼ିବ ବର୍ଷା ପରିମାଣ

ଭୁବନେଶ୍ୱର: ଗତକାଲି ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ବିସ୍ତୃତି ବର୍ଷା ସମ୍ଭାବନା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୩୧, ୧ ଓ ୨ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର […]

ଭୁବନେଶ୍ୱର: ଗତକାଲି ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ବିସ୍ତୃତି ବର୍ଷା ସମ୍ଭାବନା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୩୧, ୧ ଓ ୨ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୩୦ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେଙ୍କାନାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଅନୁଗୋଳ, ଦେବଗଡ଼, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ବର୍ଷାର ପରିମାଣ ବଢ଼଼ିବା ସହ ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୟାଗଡ଼, କଟକ, ଅନୁଗୋଳ, ଜଗତସିଂହପୁର ଓ ଢେଙ୍କାନାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ସମ୍ବଲପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ପୁରୀ, କଳାହାଣ୍ଡି, କନ୍ଧମାଳ, ବରଗଡ଼ ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପକ୍ଷରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଅନୁଯାୟୀ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ୧ ଓ ୨ ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। ଲଘୁଚାପ ପ୍ରଭାବରେ ସମ୍ବଲପୁର, ଦେବଗଡ଼, ବୌଦ୍ଧ, କନ୍ଧମାଳ, ବରଗଡ଼, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାରେ ୧୫୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ ବୋଲି ଡ. ପଶୁପାଳକ ଆକଳନ କରିଛନ୍ତି।

About The Author: The Sakala