ରାଜ୍ୟରେ ଦୁଇଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ଜାରିରହିଛି। ଆଜି ଏବଂ ଆସନତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜଧାନୀରେ ଗୁରୁବାର ଦିନ ତମାମ ପାଗ ମେଘୁଆ ରହିଥିବା ବେଳେ ସ୍ଥାନେ ସ୍ଥାନେ ବର୍ଷା ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯ ମିମି […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ଜାରିରହିଛି। ଆଜି ଏବଂ ଆସନତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜଧାନୀରେ ଗୁରୁବାର ଦିନ ତମାମ ପାଗ ମେଘୁଆ ରହିଥିବା ବେଳେ ସ୍ଥାନେ ସ୍ଥାନେ ବର୍ଷା ହୋଇଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୪, ଢେଙ୍କାନାଳ ୨୮, ପୁରୀରେ ୩୨ ଓ ପାରଦୀପରେ ୧୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ବିଭନ୍ନ ସ୍ଥାନରେ ଆଜି ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଶନିବାର ମଧ୍ୟ ଅନେକ ସ୍ଥାନରେ ସମାନ ସ୍ଥିତି ସହିତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବାରୁ ଚେତାବନୀ ଜାରିରହିଛି। ଏହି ସ୍ଥିତି ପାଇଁ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯିବା ସହ ବିଜୁଳି ଘଡ଼ଘଡ଼ିରୁ ବର୍ତ୍ତିବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

25 Aug 2023 By The Sakala

ରାଜ୍ୟରେ ଦୁଇଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ଜାରିରହିଛି। ଆଜି ଏବଂ ଆସନତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜଧାନୀରେ ଗୁରୁବାର ଦିନ ତମାମ ପାଗ ମେଘୁଆ ରହିଥିବା ବେଳେ ସ୍ଥାନେ ସ୍ଥାନେ ବର୍ଷା ହୋଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୪, ଢେଙ୍କାନାଳ ୨୮, ପୁରୀରେ ୩୨ ଓ ପାରଦୀପରେ ୧୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ବିଭନ୍ନ ସ୍ଥାନରେ ଆଜି ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଶନିବାର ମଧ୍ୟ ଅନେକ ସ୍ଥାନରେ ସମାନ ସ୍ଥିତି ସହିତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବାରୁ ଚେତାବନୀ ଜାରିରହିଛି। ଏହି ସ୍ଥିତି ପାଇଁ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯିବା ସହ ବିଜୁଳି ଘଡ଼ଘଡ଼ିରୁ ବର୍ତ୍ତିବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର