ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା…

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା, ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଅବପାତ ସାମାନ୍ୟ ଦୁର୍ବଳ ହୋଇ ସଦୃଶ ଲଘୁଚାପର ରୂପ ନେଇଛି। ବର୍ତ୍ତମାନ ଏହା ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳ ଉପରେ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ, ଦକ୍ଷିଣ ବିହାର ଓ ଉତ୍ତରପ୍ରଦେଶ ମୁହାଁ ହେବ। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର […]

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା, ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଅବପାତ ସାମାନ୍ୟ ଦୁର୍ବଳ ହୋଇ ସଦୃଶ ଲଘୁଚାପର ରୂପ ନେଇଛି। ବର୍ତ୍ତମାନ ଏହା ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳ ଉପରେ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ, ଦକ୍ଷିଣ ବିହାର ଓ ଉତ୍ତରପ୍ରଦେଶ ମୁହାଁ ହେବ। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ରାତିରେ ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଭଲ ବର୍ଷା ହୋଇଥିବା ବେଳେ ଆଉ ଦୁଇ ତିନି ଦିନ ପର୍ଯ୍ୟନ୍ତ କିଛି କିଛି ବର୍ଷା ଜାରି ରହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ବିଶେଷକରି ଉତ୍ତର-ପଶ୍ଚିମ ଓଡ଼ିଶାରେ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଜାରି ରହିବା ସହ ଏହି ସମୟରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ପ୍ରଭାବରେ ମହାନଦୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବ୍ରାହ୍ମଣୀ ଆଦି ନଦୀରେ ଜଳସ୍ତର ବୃଦ୍ଧି ଆଶଙ୍କା ରହିଛି। ଫଳରେ ଏହି ସବୁ ନଦୀରେ ବନ୍ୟା ସୃଷ୍ଟି ହେବାର ମଧ୍ୟ ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ, ଆସନ୍ତା ୨୪ଘଣ୍ଟା ପାଇଁ ବିଶେଷ କରି ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ ଜିଲ୍ଲା ପାଇଁ ଜଳଭଣ୍ଡାର ଓ ଏହାର ଆଖପାଖ ଅଞ୍ଚଳରେ ଜଳ ପ୍ରବାହ ସ୍ଥିତି ଯୋଗୁଁ ସାମ୍ଭାବ୍ୟ ଅଚାନକ ବନ୍ୟା ପରିସ୍ଥିତି ବା ଫ୍ଲାସଫ୍ଲଡ ହେବାର ସମ୍ଭାବନା ରହିଛି। ଏନେଇ ସ୍ଥାନୀୟ ବାସିନ୍ଦାମାନଙ୍କୁ ସତର୍କ ରହିବା ପାଇଁ ସୂଚୀତ କରାଯାଇଛି। ବନ୍ୟା ଦ୍ୱାରା ପନିପରିବା ଫସଲ ଚାଷ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଅତ୍ୟଧିକ ଜଳ ପ୍ରବାହ ଯୋଗୁଁ ଜଳବନ୍ଦୀ ଭଳି ବିଭିନ୍ନ ସମସ୍ୟା ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୧୮ କିମ୍ବା ୧୯ ବେଳକୁ ଆନ୍ଧ୍ର ନିକଟସ୍ଥ ସମୁଦ୍ର ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ପରବର୍ତ୍ତୀ ସମୟରେ ଏହା ଉତ୍ତର ବଙ୍ଗୋପସାଗରରେ ମିଆଁମାର ଦେଇ ଆସୁଥିବା ଏକ ଲଘୁଚାପ ସହ ୨୪-୨୫ ବେଳକୁ ମିଶିବ। ପରବର୍ତ୍ତୀ ସମୟରେ ଏହା ଲଘୁଚାପ କିମ୍ବା ସୁଦୃଶ ଲଘୁଚାପ ରୂପେ ଓଡ଼ିଶା/ପଶ୍ଚିମବଙ୍ଗ ଦେଇ ଗତି କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର