ଘନୀଭୂତ ହେଉଛି ଲଘୁଚାପ: ଆଜି ନେବ ଅବପାତର ରୂପ, ପ୍ରଭାବରେ ୩ ଦିନ ଭୀଷଣ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି । ଶନିବାର ଗଣେଶ ପୂଜାରେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁଁ କେତେକାଂଶରେ ପୂଜା ମାହୋଲ ଫିକା ପଡ଼ିଛି । ଅନ୍ୟପଟେ ଲଘୁଚାପ ଆହୁରି ଶକ୍ତିଶାଳୀ ହୋଇ ଆଜି ଅବପାତରେ ପରିଣତ ହେବାକୁ ଥିବାରୁ ବର୍ଷା ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିିଛି। ବର୍ଷା ୧୧ ତାରିଖ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି । ଶନିବାର ଗଣେଶ ପୂଜାରେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁଁ କେତେକାଂଶରେ ପୂଜା ମାହୋଲ ଫିକା ପଡ଼ିଛି । ଅନ୍ୟପଟେ ଲଘୁଚାପ ଆହୁରି ଶକ୍ତିଶାଳୀ ହୋଇ ଆଜି ଅବପାତରେ ପରିଣତ ହେବାକୁ ଥିବାରୁ ବର୍ଷା ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିିଛି। ବର୍ଷା ୧୧ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ଆସନ୍ତା ୩ ଦିନ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନ: ଆଇନ ମାଧ୍ୟମରେ ରାଜ୍ୟର ଅଧିକାର ଛଡାଇ ନିଆଯାଇଛି, ଅର୍ଥନୈତିକ ଅବରୋଧ କରିବ ବିଜେଡି

ଗତ ୫ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ସୁଦ୍ଧା ଘନୀଭୂତ ହୋଇ ସଦୃଶ ଲଘୁଚାପ ଅବସ୍ଥାରେ ରହିଛି । ଏହା ଏବେ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଲଘୁଚାପ ଉତ୍ତର ଦିଗରେ ଗତି କରୁଥିବା ବେଳେ ୮ ତାରିଖ ବେଳକୁ ଉତ୍ତରପୂର୍ବ ବଙ୍ଗୋପସାଗରର ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ତିନି ଦିନ ମଧ୍ୟରେ ଏହା ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଅଧିକ ରହିପାରେ ।

ଆହୁରି ପଢ଼ନ୍ତୁ: ଇବ୍ ନଦୀରେ ଭାସି ମହିଳା ନିଖୋଜ; ଦୁଇ ଦିନ ହେଲା ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟ ଜାରି

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ସୋମବାର ଓ ମଙ୍ଗଳବାର ମଧ୍ୟ ସମାନ ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଅଶାନ୍ତ ବଙ୍ଗୋପସାଗର: ସେପ୍ଟେମ୍ବର ୨୪ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା

ଅନ୍ୟପଟେ ଲଘୁଚାପ ପ୍ରଭାବରେ ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିଛି । ସମୁଦ୍ର ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କିମି ଓ ବେଳେବେଳେ ଏହାର ଝଟକା ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୮-୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ପୁରୀରେ ସର୍ବାଧିକ ୬୦ ମିମି ବର୍ଷା ହୋଇଥିବା ବେଳେ ସୋନପୁରରେ ୪୫, କଟକରେ ୨୪, ଭୁବନେଶ୍ୱର ୩୦, କେନ୍ଦୁଝରରେ ୩୩ ଓ ନବରଙ୍ଗପୁରରେ ୩୯ ମିମି ବର୍ଷା ହୋଇଛି।

ପାଣିପାଗ କେନ୍ଦ୍ରର ପ୍ରବଳ ବର୍ଷା ଚେତାବନୀକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛି। ବିଶେଷ କରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି ହୋଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବର୍ଷା ଯୋଗୁଁ ତଳି ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସହିତ ମାଟି ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ଏହି ସ୍ଥିତିର ମୁକାବିଲା କରିବାକୁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର