ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ବି ଭିଜିବ ସାରା ରାଜ୍ୟ; ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ

The Sakala Picture
Published On

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା। ଏଥିପାଇଁ ରାଜ୍ୟର ଅଧିକାଂଶ ସହର ଜଳବନ୍ଦୀ ସମସ୍ୟା ଦେଇ ଗତି କରୁଛି। ଶନିବାର ଦିନ ତମାମ୍‍ ରାଜଧାନୀ ସମେତ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନ ବେଳକୁ ଏହା ସାମାନ୍ୟ କମିଥିଲା। ଏଣେ ପାଣିପାଗ ବିଭାଗ ଆଜି ବି ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି। ତେବେ ଧୀରେ […]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା। ଏଥିପାଇଁ ରାଜ୍ୟର ଅଧିକାଂଶ ସହର ଜଳବନ୍ଦୀ ସମସ୍ୟା ଦେଇ ଗତି କରୁଛି। ଶନିବାର ଦିନ ତମାମ୍‍ ରାଜଧାନୀ ସମେତ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନ ବେଳକୁ ଏହା ସାମାନ୍ୟ କମିଥିଲା। ଏଣେ ପାଣିପାଗ ବିଭାଗ ଆଜି ବି ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି। ତେବେ ଧୀରେ ଧୀରେ ରାଜ୍ୟରେ ବର୍ଷାର ପରିମାଣ କମିବ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବରଗଡ଼ ଜିଲ୍ଲାରେ ସର୍ବାଧିକ ୧୦୩.୦୨ ମିଲିମିଟର ବର୍ଷା ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୪୯.୧ ମିଲିମିଟର ବର୍ଷା ହୋଇଛି। ଜୁଲାଇ ୧ରୁ ଜୁଲାଇ ୧୬ ତାରିଖ ଭିତରେ ରାଜ୍ୟରେ ୩୭୪.୭ ମିଲିମିଟର ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୧ ପ୍ରତିଶତ ଅଧିକ। ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ୫ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ୪ଟି ଜିଲ୍ଲାରେ କମ୍‍ ବର୍ଷା ହୋଇଛି। ଆସନ୍ତା ୧୭ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସଂଲଗ୍ନ ଜିଲ୍ଲା ଯଥା ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‍ ରହିବ।

ଆହୁରି ପଢ଼ନ୍ତୁ: ଭଦ୍ରକରେ ମହୁମାଛି ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ୧୨ରୁ ଅଧିକ ଆହତ

ଅପରପକ୍ଷେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ସବୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଗୋଟିଏ ଦୁଇଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି। ଆଜି ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଚାମ, ଖୋର୍ଦ୍ଧା, ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ କାଲି ପରଠାରୁ ରାଜ୍ୟରେ ବର୍ଷା କମିବ। ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ୧୭ ତାରିଖ ପର୍ଯ୍ୟନ୍ତ ରହିବ। ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଭାରତ ଆଡକୁ ମୁହାଁଇବ। ଜୁଲାଇ ୧୮ରୁ ୨୦ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ମଧ୍ୟମ ବର୍ଷା ହେବାର ସମ୍ଭବାନା ରହିଛି। ୨୧ରୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୩ରୁ ଭୁବନେଶ୍ୱର ସମତେ ଉପକୂଳ ଓଡ଼ିଶାରେ ବର୍ଷା ବଢ଼଼ିବ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏଏସଆଇ: ମାମଲା ରଫାଦଫା ପାଇଁ ନେଉଥିଲେ ୮ ହଜାର ଟଙ୍କା ଲାଞ୍ଚ

17 Jul 2022 By The Sakala

ଆଜି ବି ଭିଜିବ ସାରା ରାଜ୍ୟ; ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା। ଏଥିପାଇଁ ରାଜ୍ୟର ଅଧିକାଂଶ ସହର ଜଳବନ୍ଦୀ ସମସ୍ୟା ଦେଇ ଗତି କରୁଛି। ଶନିବାର ଦିନ ତମାମ୍‍ ରାଜଧାନୀ ସମେତ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନ ବେଳକୁ ଏହା ସାମାନ୍ୟ କମିଥିଲା। ଏଣେ ପାଣିପାଗ ବିଭାଗ ଆଜି ବି ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି। ତେବେ ଧୀରେ ଧୀରେ ରାଜ୍ୟରେ ବର୍ଷାର ପରିମାଣ କମିବ।

ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବରଗଡ଼ ଜିଲ୍ଲାରେ ସର୍ବାଧିକ ୧୦୩.୦୨ ମିଲିମିଟର ବର୍ଷା ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୪୯.୧ ମିଲିମିଟର ବର୍ଷା ହୋଇଛି। ଜୁଲାଇ ୧ରୁ ଜୁଲାଇ ୧୬ ତାରିଖ ଭିତରେ ରାଜ୍ୟରେ ୩୭୪.୭ ମିଲିମିଟର ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୧ ପ୍ରତିଶତ ଅଧିକ। ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ୫ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ୪ଟି ଜିଲ୍ଲାରେ କମ୍‍ ବର୍ଷା ହୋଇଛି। ଆସନ୍ତା ୧୭ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସଂଲଗ୍ନ ଜିଲ୍ଲା ଯଥା ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‍ ରହିବ।

ଅପରପକ୍ଷେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ସବୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଗୋଟିଏ ଦୁଇଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି। ଆଜି ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଚାମ, ଖୋର୍ଦ୍ଧା, ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ କାଲି ପରଠାରୁ ରାଜ୍ୟରେ ବର୍ଷା କମିବ। ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ୧୭ ତାରିଖ ପର୍ଯ୍ୟନ୍ତ ରହିବ। ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଭାରତ ଆଡକୁ ମୁହାଁଇବ। ଜୁଲାଇ ୧୮ରୁ ୨୦ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ମଧ୍ୟମ ବର୍ଷା ହେବାର ସମ୍ଭବାନା ରହିଛି। ୨୧ରୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୩ରୁ ଭୁବନେଶ୍ୱର ସମତେ ଉପକୂଳ ଓଡ଼ିଶାରେ ବର୍ଷା ବଢ଼଼ିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର