ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ ଆସନ୍ତାକାଲି […]

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ ଆସନ୍ତାକାଲି ଗଞ୍ଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

୧୩ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ରେଡ୍ ଆଲର୍ଟ। ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ତେବେ ୧୪ ତାରିଖରେ ବର୍ଷାର ପରିମାଣ କମିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁଁ କିଛି କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସହ କଚ୍ଚା ଓ ମାଟି ଘର ଭାଙ୍ଗିଯିବା, ଭୂସ୍ଖଳନ, ଫସଲ ଓ ପନିପରିବା ଚାଷ ଆଦି ବିପର୍ଯ୍ୟସ୍ତ ହେବାର ଆଶଙ୍କା ରହିଛି। ଏଣୁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ଏସ୍‌ଆର୍‌ସି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

11 Jun 2021 By The Sakala

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ ଆସନ୍ତାକାଲି ଗଞ୍ଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ରେଡ୍ ଆଲର୍ଟ। ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ତେବେ ୧୪ ତାରିଖରେ ବର୍ଷାର ପରିମାଣ କମିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁଁ କିଛି କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସହ କଚ୍ଚା ଓ ମାଟି ଘର ଭାଙ୍ଗିଯିବା, ଭୂସ୍ଖଳନ, ଫସଲ ଓ ପନିପରିବା ଚାଷ ଆଦି ବିପର୍ଯ୍ୟସ୍ତ ହେବାର ଆଶଙ୍କା ରହିଛି। ଏଣୁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ଏସ୍‌ଆର୍‌ସି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର